27.1 C
Bhubaneswar
Friday, August 12, 2022
Homeନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଓ ପରିବାର

ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଓ ପରିବାର

ଭୁବନେଶ୍ୱର : ନେତାଜୀଙ୍କ ୨୩ ଜାନୁଆରୀ ୧୮୯୭ ରେ ଜନ୍ମ ଗ୍ରହଣ କରିଥିଲେ । ସୁଭାଷଙ୍କର ମାତାଙ୍କ ନାମ ପ୍ରଭାବତୀ ଦେବୀ । ସେ ଥିଲେ ଧାର୍ମିକ ଦେବପ୍ରାଣା,ସୁଭାଷ ମାତାଙ୍କର ଧର୍ମଭାବରେ ବିଶେଷଭାବରେ ପ୍ରଭାବିତ ହୋଇଥିଲେ । ମାତା ଯେ ହେତୁ ଶ୍ରୀ ଶ୍ରୀ ଠାକୁର ରାମକୃଷ୍ଣ ପରମହଂସଙ୍କର ଭକ୍ତ । ସେଥିଲାଗି ବାଲ୍ୟକାଳରେ ମାତା ପ୍ରଭାବତୀ ଦେବୀ ସୁଭାଷଙ୍କୁ କେବଳ ଠାକୁର ରାମକୃଷ୍ଣଙ୍କର ସମ୍ପର୍କିତ ବିଷୟ ବସ୍ତୁ କଥା କହି ପ୍ରଭାବିତ କରୁଥିଲେ । ନେତାଜୀଙ୍କର ସୁଭାଷଙ୍କର ଜନ୍ମ ଯଦିଓ ଓଡ଼ିଶାରେ ହେଲେ ତାଙ୍କର ପିତା ଜାନକୀନାଥ ବୋଷଙ୍କର ଅସଲରେ ଜନ୍ମସ୍ଥାନ ହେଉଛି ପଶ୍ଚିମବଙ୍ଗର ଚବିଶ ପ୍ରାଗଣା ଜିଲ୍ଲାରେ । ସୁଭାଷଙ୍କର ପିତା ଜାନକୀ ନାଥ ଥିଲେ ଜଣେ ବିଶିଷ୍ଟ ଆଇନଜ୍ଞ । ତେଣୁ ଆଇନ ବ୍ୟବସାୟ ତାଙ୍କର ପ୍ରଧାନ କର୍ମ । ସେତେବେଳେ କୈଣସି କାରଣରୁ ଜାନକୀନାଥ କଟକ ଆସନ୍ତି, କଟକର ଐତିହାସିକ ପରିବେଶ ତାଙ୍କୁ ବହୁଭାବରେ ଆକୃଷ୍ଟ କରିବାରୁ ସେ କଟକରେ ରହି ଆଇନ ବ୍ୟବସାୟ କରିବାକୁ ଶ୍ରେଷ୍ଠ ସ୍ଥାନ ଭାବରେ ବାଛିନେଲେ ଓ କଟକରେ ରହି ଆଇନ ବ୍ୟବସାୟ ଚଳେଇଲେ । ତା ଛଡା ଏହି ସମୟରେ କଟକ ତଥା ଓଡ଼ିଶା ଥିଲା ବଙ୍ଗଳା ପ୍ରେସିଡେନ୍ସିର ଏକ ଅଂଶ । ଜାନକୀ ନାଥଙ୍କର ଆଇନ ବ୍ୟବସାୟ କ୍ଷେତ୍ରରେ ଯୁକ୍ତି ପ୍ରବଣତା ଏବଂ ବିଚକ୍ଷଣରେ ପ୍ରଭାବିତ ହୋଇ ତଥା ସନ୍ତୁଷ୍ଟ ହୋଇ ତତ୍କାଳୀନ ଇଂରେଜ ସରକାର ତାଙ୍କୁ ଗଭର୍ଣ୍ଣମେଣ୍ଟର ପ୍ଲିଡ଼ର ଭାବରେ ନିଯୁକ୍ତି ତଥା ରାୟବାହାଦୁର ପଦବୀ ପ୍ରଦାନ କରିଥିଲେ ।
ସୁଭାଷ ଯେତେବେଳେ ବଙ୍ଗଳାର ଉକ୍ତ କଲେଜରେ ନାମଲେଖାଇଲେ ସେତେବେଳେ ସେ ତାଙ୍କ ଜୀବନ ନିମନ୍ତେ ଜଣେ ଜଣେ ନୂଆ ବନ୍ଧୁ ପାଇଥିଲେ । ସେହି ବନ୍ଧୁ ଥିଲେ ତତ୍କାଳିନ ନାଟ୍ୟକାର ଦ୍ୱିଜେନ୍ଦ୍ରଲାଲଙ୍କ ପୁତ୍ର ଦିଲ୍ଲୀପ ରାୟ । ଦିଲ୍ଲୀପଙ୍କର ଅରବିନ୍ଦଙ୍କର ଭାବଧାରା ପ୍ରତି ବିଶେଷ ସମ୍ମାନ ଥିଲା । ଯେତେବେଳେ ସୁଭାଷ କୌଣସି ସଂକଟମୟ ପରିସ୍ଥିତିରେ ପଡ଼ିଯାଆନ୍ତି,ସେତେବେଳେ ସେ ତାଙ୍କର ସେହି ବନ୍ଧୁ ଦିଲ୍ଲୀପ ରାୟଙ୍କୁ ପତ୍ର ପଠାଇ ଜଣାଇଥାନ୍ତି । ଦିଲ୍ଲୀପ ରାୟଙ୍କ ସହିତ ତାଙ୍କର ଏତେମାତ୍ରା ବନ୍ଧୁତ୍ୱ ବଢିଯାଇଥିଲା ଯେ, ସେ ଶେଷରେ ବନ୍ଧୁଙ୍କ କେତେକ କଥାର ମହତ୍ୱକୁ ବୁଝି କାହାକୁ ନଜଣାଇ ଗୃହ ପରିତ୍ୟାଗ କରିଥିଲେ । କାରଣ ଥିଲା ଯେ କଷ୍ଟକୁ ବହନ କରି ସଂଯମତା ଆଚରଣ କରିବା । ଏହା ପରେ ସେ ଜୀବନର ସମସ୍ୟାର ସମାଧାନ ପାଇଁ ଆଗକୁ ଚାଲିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking