19.1 C
Bhubaneswar
Sunday, February 8, 2026
Homeଓଡିଶାବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୂତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର ଉଦାହରଣ ସୃଷ୍ଟି କରିଯାଇଛନ୍ତି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଉପବାଚସ୍ପତି ଶ୍ରୀ ଭାବନୀଶଙ୍କର ଭୋଇ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ତଥା ସମାଜର ପ୍ରକାଶକ ଶ୍ରୀ ରାଜେନ୍ଦ୍ର କୁମାର ଜେନା, ଉତ୍କଳ ସମ୍ମିଳନୀର କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରାଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ଶ୍ରୀ ଲକ୍ଷ୍ମୀକାନ୍ତ ପାଲିତ ଓ ସାଥି କଳାକାରମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking