26.1 C
Bhubaneswar
Thursday, March 26, 2026
Homeଓଡିଶାରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଏବଂ ଏକ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ବିରୋଧରେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛି।ବିଜେଡି ନେତା ଲେନିନ ମହାନ୍ତି ଗଣମାଧ୍ୟମକୁ କହିଛନ୍ତି ଯେ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅକ୍ଟୋବର ୨୦ ତାରିଖରେ ନୂଆପଡ଼ାର ଏକ ଶିକ୍ଷାନୁଷ୍ଠାନରେ ‘ଗଣ୍ଡ ସମାଜ’ ବ୍ୟାନରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜନୈତିକ ପ୍ରତିଶ୍ରୁତି ଦେବା ସହ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଥିଲେ।

ନିର୍ବାଚନ ନିୟମ ଅନୁଯାୟୀ, ଆଚରଣ ବିଧି ଲାଗୁ ହେବା ପରେ କୌଣସି ଶିକ୍ଷାନୁଷ୍ଠାନକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇପାରିବ ନାହିଁ।ବିଜେଡି ପ୍ରତିନିଧି ଦଳ ମନ୍ତ୍ରୀ, ଭାଜପା ପ୍ରାର୍ଥୀ ଏବଂ ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ବିରୋଧରେ ତୁରନ୍ତ ତଦନ୍ତ ଓ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସିଇଓ ଏହି ମାମଲାରେ ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ବିଜେଡି ସୂତ୍ରରୁ ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking