32.1 C
Bhubaneswar
Thursday, March 12, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର ଓ ଯୁବ ବିଜେଡି । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଛାତ୍ର ବିଜେଡି । ବାଲେଶ୍ୱର ଘଟଣାର ପ୍ରତିବାଦରେ ଘେରିଲେ ଛାତ୍ର ଓ ଯୁବ ବିଜେଡି । ବିଧାୟକ ବ୍ୟୋମକେଶ ରାୟ, ଦେବୀରଜଂନ ତ୍ରିପାଠୀ ପ୍ରମୁଖ ଏଥିରେ ସାମିଲ ଅଛନ୍ତି । ପୋଲିସ ସହ ଆନ୍ଦେଳନକାରୀଙ୍କ ଧସ୍ତାଧସ୍ତି ଚାଲିଛି । ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ ।

ଅନ୍ୟପଟେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଘେରିଛି ଛାତ୍ର କଂଗ୍ରେସ । ବାଲେଶ୍ୱର ଘଟଣାରେ ଘେରାଉ କରି ନାରାବାଜି କରୁଛି ଛାତ୍ର କଂଗ୍ରେସ । ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ ଟାର୍ଗେଟ କରି କହିଛନ୍ତି କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି । ଠିକ ଢଙ୍ଗରେ ଘଟଣାର ତଦନ୍ତ ହେବାର ଆବଶ୍ୟକତା ରହିଛି । ମହିଳା କଂଗ୍ରେସ ଆସନ୍ତାକାଲି ବାଲେଶ୍ୱର ଏଫଏମ କଲେଜ ଯିବ । ଛାତ୍ରୀ କାହିଁକି ଆତ୍ମହତ୍ୟା କଲା, ସମସ୍ତଙ୍କୁ ସେ ଅବଗତ କରିଥିଲା । କାହିଁକି ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଗଲା ବୋଲି ପ୍ରଶ୍ନ କରିଛନ୍ତି ଭକ୍ତ ଦାସ ।

ସୂଚନାଯୋଗ୍ୟ, ଅଧ୍ୟାପକଙ୍କ ବିରୋଧରେ ଦୁର୍ବ୍ୟବହାର ଓ ମାନସିକ ନିର୍ଯାତନା ଅଭିଯୋଗ ଆଣି ନ୍ୟାୟ ନ ମିଳିବାରୁ ବାଲେଶ୍ୱରର ସ୍ୱଂୟଶାସିତ ଫକୀର ମୋହନ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଛାତ୍ରୀ ଶନିବାର ଜୀବନ ହାରିବାକୁ ଉଦ୍ୟମ କରିଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ତାଙ୍କ ଶରୀରର ୯୦% ଜଳିଯାଇଥିବା ସୂଚନା ରହିଛି। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଏହି ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ମଧ୍ୟ ପୋଡ଼ି ଯାଇଥିଲେ। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking