30.1 C
Bhubaneswar
Saturday, May 4, 2024
Homeଓଡିଶାକୃଷକ ଆନ୍ଦୋଳନରୁ ନଜର ହଟାଇବାକୁ ବିଜେପିର କୁମ୍ଭୀର କାନ୍ଦଣା: ବିଜେଡି

କୃଷକ ଆନ୍ଦୋଳନରୁ ନଜର ହଟାଇବାକୁ ବିଜେପିର କୁମ୍ଭୀର କାନ୍ଦଣା: ବିଜେଡି

ଭୁବନେଶ୍ୱର,: ଦୀର୍ଘ ଏକବର୍ଷରୁ ଅଧିକ ସମୟ ଧରି ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ ଓ ହରିଆନାରେ ସେମାନଙ୍କ ଦଳ ବିରୁଦ୍ଧରେ ଚାଲିଥିବା କୃଷକ ଆନ୍ଦୋଳନରୁ ସାଧାରଣ ଲୋକଙ୍କ ନଜର ହଟାଇବା ପାଇଁ ଓଡିଶା ବିଜେପି ଏବଂ ତାଙ୍କ ଦଳର ନେତା ପୃଥ୍ୱୀରାଜ ହରିଚନ୍ଦନ ଆଜି ପୁଣିଥରେ କେତେକ ମିଥ୍ୟା ଓ ଭିତ୍ତିହୀନ ବିବୃତ୍ତି ଦେଇଛନ୍ତି । କୃଷକଙ୍କ ପାଇଁ ବିଜେପିର ଏହା କୁମ୍ଭୀର କାନ୍ଦଣା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ।
ବିଜେପି ନେତାଙ୍କୁ ଜବାବ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ କେନ୍ଦ୍ରରେ ଶାସନ କରୁଥିବା ତାଙ୍କରି ଦଳ ବର୍ତ୍ତମାନ ସୁଦ୍ଧା ଧାନକିଣା ସବସିଡ୍‍ ଆକାରରେ ବାକିଥିବା ୬୬୨୦ କୋଟି ଟଙ୍କା ଓଡିଶାକୁ ଦେଉନଥିବା ପ୍ରସଙ୍ଗକୁ ଶ୍ରୀ ହରିଚନ୍ଦନ ଘୋଡାଇବାକୁ ଚେଷ୍ଟା କରୁଛନ୍ତି । ଏଥି ସହିତ ବିଜେପି ନେତୃତ୍ୱାଧିନ କେନ୍ଦ୍ର ସରକାର ଓଡିଶାରୁ ୧୦ ଲକ୍ଷ ମେଟ୍ରିକ ଟନ୍‍ ଚାଉଳ ନଉଠାଇବା ଘଟଣାକୁ ମଧ୍ୟ ସେ ଲୁଚାଇବାକୁ ଅପଚେଷ୍ଟା କରୁଥିବା ଶ୍ରୀ ମହାନ୍ତି କହିଛନ୍ତି ।
ବିଜେପି ନେତା ଏହା ମଧ୍ୟ ଲୁଚାଇବାକୁ ଚେଷ୍ଟା କରୁଛନ୍ତି ଯେ ତାଙ୍କ ଦଳ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‍ଏସ୍‍ପି) ୧.୫ ଗୁଣା ବୃଦ୍ଧି କରିନାହିଁ ଯାହାକି ଦଳୀୟ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା କିମ୍ବା ସେମାନେ ସ୍ୱାମୀନାଥନ କମିଶନ ରିପୋର୍ଟ ସୁପାରିଶକୁ ବି ବର୍ତ୍ତମାନ ସୁଦ୍ଧା କାର୍ଯ୍ୟକାରୀ କରିନାହାନ୍ତି ।
ରାଜନୈତିକ ଦୃଷ୍ଟିରୁ ଗଣମାଧ୍ୟମରେ ତିଷ୍ଠି ରହିବା ପାଇଁ ଏଭଳି ବିବୃତ୍ତି ଦେବା ରାଜ୍ୟ ବିଜେପି ନେତାଙ୍କର ଏକ ଅଭ୍ୟାସରେ ପରିଣତ ହୋଇଗଲାଣି । ବିଜେପିର ଏଭଳି ବିବୃତ୍ତି କୃଷକମାନଙ୍କ ପାଇଁ କେବଳ କୁମ୍ଭୀର କାନ୍ଦଣା ବୋଲି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking