29.4 C
Bhubaneswar
Saturday, May 4, 2024
Homeଓଡିଶାଯୋଡି ଶଙ୍ଖ ଭିଡିଓ ଧର୍ମେନ୍ଦ୍ରଙ୍କ ନିଦ ହଜାଇ ଦେଲାଣି : ବିଜେଡି

ଯୋଡି ଶଙ୍ଖ ଭିଡିଓ ଧର୍ମେନ୍ଦ୍ରଙ୍କ ନିଦ ହଜାଇ ଦେଲାଣି : ବିଜେଡି

 ୨୪ ଘଌକ୍ଷଗ୍ଧ;ାରେ ୪ ନିୟୁତ ଲୋକ ଦେଖିଲେଣି ଏହି ଭିଡିଓ
 ହିତାହିତ ଜ୍ଞାନ ହରାଇ ସମାଲୋଚନା କଲେ ଧର୍ମେନ୍ଦ୍ର
 ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ କଲେ ଅପମାନିତ
 ବୁଣାକାରମାନଙ୍କ ପେଟରେ ଲାତ ମାରିବାକୁ ଉଦ୍ୟମ
ଭୁବନେଶ୍ୱର, : ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ବାଚନ ମୈଦାନକୁ ଓହ୍ଲାଇ ନାହାନ୍ତି, କିଛି ଲୋକଙ୍କ ବଦହଜମୀ ଆରମ୍ଭ ହୋଇଗଲାଣି, ଯୋଡି ଶଙ୍ଖ ଭିଡିଓ ଦେଖି ରାତିର ନିଦ ହଜିଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୋଡି ଶଙ୍ଖର ଭିଡିଓ ଏତେ ଲୋକପ୍ରିୟ ହେଲା ଯେ, ଇନଷ୍ଟାଗ୍ରାମରେ ସବୁ ରେକର୍ଡ କାଟିଦେଲା । ୨୪ ଘଌକ୍ଷଗ୍ଧ;ାରୁ କମ୍ ସମୟରେ ୪ ନିୟୁତ ଲୋକ ଏହି ଭିଡିଓ ଦେଖିସାରିଲେଣି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ଲୋକପ୍ରିୟତା ହିଁ ବିରୋଧୀ ଦଳର ନେତା ଖାସ୍ କରି ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇର୍ଷାନ୍ୱିତ କରିଦେଇଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ତଥା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର ।
ଆଜି ଏଠାରେ ଗଣମାଧ୍ୟମକୁ ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର କହିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କଣ କହୁଛନ୍ତି ଆଉ କଣ କରୁଛନ୍ତି ତାହା ଜାଣିପାରୁନାହାନ୍ତି । ଇର୍ଷା ଏବଂ କ୍ରୋଧରେ ନିଜର ହିତାହିତ ଜ୍ଞାନ ହରାଇ ସେ ମାନ୍ୟବର ମୁଖ୍ୟମନ୍ତ୍ରୀ ପିନ୍ଧିଥିବା ସମ୍ବଲପୁରୀ ଲୁଙ୍ଗିକୁ ସମାଲୋଚନା କରିଛନ୍ତି । ଏଭଳି କରି ସେ ଓଡିଶାର ପରମ୍ପରା ଓ ସଂସ୍କୃତିକୁ ଅପମାନିତ କରିଛନ୍ତି । ଲକ୍ଷ ଲକ୍ଷ ବୁଣାକାର, ଯେଉଁମାନେ ଏହାକୁ ତିଆରି କରିଛନ୍ତି, ଓଡିଶାର ଲକ୍ଷ ଲକ୍ଷ ଲୋକ ଯେଉଁମାନେ ଏହାକୁ ପିନ୍ଧୁଛନ୍ତି, ସେମାନଙ୍କୁ ଅପମାନିତ କରିଛନ୍ତି ।
ରାଜ୍ୟରେ ବୁଣାକାର ମାନଙ୍କର ଏକ ସଶକ୍ତ ଅର୍ଥନୀତି ରହିଛି, ସେମାନଙ୍କର ଉତ୍ପାଦ ବେଶ୍ ଲୋକପ୍ରିୟ ଯାହାର ବେଶ୍ ଚାହିଦା ମଧ୍ୟ ରହିଛି । ଏହି ସଶକ୍ତ ଅର୍ଥନୀତି ଉପରେ ଆଘାତ୍ ଦେବାକୁ ଶ୍ରୀଯୁକ୍ତ ପ୍ରଧାନ ଉଦ୍ୟମ କରିଛନ୍ତି । ସାରା ଓଡିଶାରେ ଖାସ୍ କରି ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଲୋକ ଆଜି ବି ଲୁଙ୍ଗି ପିନ୍ଧନ୍ତି । ସେହି ଲୁଙ୍ଗିକୁ ଓଡିଶାର ବୁଣାକାର ମାନେ ତିଆରି କରନ୍ତି ।
ମୁଖ୍ୟମନ୍ତ୍ରୀ ଯେଉଁ ଲୁଙ୍ଗି ପିନ୍ଧିଥିଲେ ତାହା ହେଉଛି ସମ୍ବଲପୁରୀ ଲୁଙ୍ଗି । ଯାହା ପଛରେ ଅନେକ ବୁଣାକାରଙ୍କ ପରିଶ୍ରମ ଥିଲା । ଶ୍ରୀଯୁକ୍ତ ପ୍ରଧାନ ଓଡିଶା ବାହାରେ ବହୁ ବର୍ଷ ଧରି ରହିଛନ୍ତି । ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶରେ ଅନେକ ସମୟ ତାଙ୍କର କଟିଛି । ସେଥିପାଇଁ ଓଡିଶାର ପରମ୍ପରା, ସଂସ୍କୃତି ଏବଂ ଅର୍ଥନୀତିକୁ ବୁଣାକାର ଭାଇ ଭଉଣୀଙ୍କ ଅବଦାନକୁ ସେ ଭୂଲି ଯାଇଛନ୍ତି ।
ଶ୍ରୀଯୁକ୍ତ ପ୍ରଧାନ ଲକ୍ଷ ଲକ୍ଷ ବୁଣାକାରଙ୍କ ପାଖରେ, ଓଡିଶାବାସୀଙ୍କ ପାଖରେ ଖାସ୍ କରି ସମ୍ବଲପୁରବାସୀଙ୍କ ପାଖରେ ସେମାନଙ୍କର ପରମ୍ପରାକୁ ଅପମାନିତ କରିଥିବାରୁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ମୁଖପାତ୍ର ଡକ୍ଟର ପାତ୍ର ଓ ଶ୍ରୀ ମହାପାତ୍ର କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking