ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି। ବାଣପୁରରେ ଗାଡ଼ି ଚଢ଼ାଇବା ଘଟଣା ଉପରେ ପ୍ରତିକ୍ରିୟା ରଖି ବିଜେଡିର ରାଜ୍ୟସଭା ସାଂସଦ ତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର କହିଛନ୍ତି, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟ ଅତି ବୀଭତ୍ସ ଏବଂ ବର୍ବରୋଚିତ। ବର୍ବାରୋଚିତ କାଣ୍ଡ ଘଟାଇବା ଦୁର୍ଭାଗ୍ୟଜନକ।
ଏଭଳି କାର୍ଯ୍ୟକୁ ବିଜେଡି ତୀବ୍ର ନିନ୍ଦା କରୁଛି। ଘଟଣା ଅତ୍ୟନ୍ତ ଲୋମହର୍ଷଣକାରୀ ଓ ବୀଭତ୍ସ।। ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଅତୀତରେ ଦଳ ତାଙ୍କୁ ଏଭଳି ନିଲମ୍ବନ କରିଛି। ପୁଲିସ ଏବଂ ପ୍ରଶାସନ ଦୃଢତାର ସହ କାର୍ଯ୍ୟ କରିବା ସହ ଆଇନଗତ ଭାବେ ଦୃଢତାର ସହ କାର୍ଯ୍ୟ କରିବ। ଆଶା କରୁଛୁ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହାଛଡ଼ା ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଡକ୍ଟର ସସ୍ମିତ ପାତ୍ର।