28.1 C
Bhubaneswar
Monday, February 23, 2026
Homeଓଡିଶାଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିଜେଡି ପକ୍ଷରୁ ଶୋକ ପ୍ରକାଶ

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିଜେଡି ପକ୍ଷରୁ ଶୋକ ପ୍ରକାଶ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିଜୁ ଜନତା ଦଳ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ସ୍ୱର୍ଗତ ଡକ୍ଟରର ପ୍ରଧାନ ତାଙ୍କର ଅମାୟିକ ବ୍ୟକ୍ତିତ୍ୱ ଓ ଅତୁଳନୀୟ ସାଂଗଠନିକ ଦକ୍ଷତା ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ । ସ୍ୱର୍ଗତ ଡକ୍ଟରର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ୍ଣ ବିଭାଗରେ କାର୍ଯ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତାର ପରିଚୟ ଦେଇଯାଇଛନ୍ତି । ଡକ୍ଟର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତାଙ୍କୁ ହରାଇଲା। ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଡ଼ ଦେବୀ ପ୍ରସାଦ ମିଶ୍ର, ବରିଷ୍ଠ ନେତା ଶ୍ରୀ ପ୍ରଣବ ପ୍ରକାଶ ଦାସ, ଶ୍ରୀ ସଞ୍ଜୟ ଦାସବର୍ମା, ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଡ଼ ଅରୁଣ ସାହୁ, ମିଡିଆ ସଂଯୋଜକ ଡ଼ ଲେନିନ ମହାନ୍ତି, ଡ଼ ପ୍ରିୟବ୍ରତ ମାଝୀ, ମୁଖପାତ୍ର ତୁମ୍ବନାଥ ପଣ୍ଡା ପ୍ରମୁଖ ପରଲୋକଗତ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking