29.1 C
Bhubaneswar
Monday, March 23, 2026
Homeଓଡିଶାମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡ଼ିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡ଼ିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

 ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଚିକିଟି ଯିବ ବିଜେଡ଼ି ପ୍ରତିନିଧି ଦଳ
ଭୁବନେଶ୍ୱର, : ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଗଣମାଧ୍ୟମ ସଂଯୋଜକ ଶ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ବିଜେପି ସରକାର ଦାୟିତ୍ୱ ନେବାର ଶହେ ଦିନ ନ ପୁରୁଣୁ ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟି ଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ଏହି ଘଟଣା ବାବଦରେ ଆଜି ବିଜୁ ଜନତା ଦଳ ବିଧାନସଭାରେ ପ୍ରଶ୍ନ ଉଠାଇଛି।
ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ମଦମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି। ଏହି ଟିମ୍‌ରେ ଶ୍ରୀ ପୂଜାରୀଙ୍କ ସହ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ପୂର୍ବତନ ବିଧାୟକ ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ବିକ୍ରମ କୁମାର ପଣ୍ଡା ରହିଛନ୍ତି । ଆସନ୍ତାକାଲି ସକାଳେ ଏହି ଟିମ୍ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ମଦମୃତ୍ୟୁ ଘଟଣାର ବିସ୍ତୃତ ବିବରଣୀ ପ୍ରଦାନ କରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking