26.1 C
Bhubaneswar
Tuesday, November 17, 2026
Homeଓଡିଶାଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ

ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର: ବିଧାନ ସଭାର ଶୀତ ଅଧିବେଶନ ପୂର୍ବରୁ ଆଜି ସନ୍ଧ୍ୟାରେ ଶଙ୍ଖ ଭବନଠାରେ ବିଜୁ ଜନତା ଦଳର ବିଧାୟକ ଦଳ ବୈଠକ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ବିଜେଡି ବିଧାୟକ ମାନଙ୍କୁ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ ଡବଲ ଇଞ୍ଜିନ ସରକାରର ଅପାରଗତାର ତୀବ୍ର ସମାଲୋଚନା କରିଥିଲେ । ଶ୍ରୀ ପଟ୍ଟନାୟକ କହିଥିଲେ, ସଂପ୍ରତି ଗଞ୍ଜାମର ମନୁଷ୍ୟକୃତ ବନ୍ୟା ଓଡିଶାର ଛବିକୁ ଦେଶ ବିଦେଶରେ ମଳିନ କରିଛି । ଗଞ୍ଜାମରେ ଘଟିଯାଇଥିବା ବିପର୍ଯୟ ରାଜ୍ୟ ସରକାରଙ୍କ ଅପାରଗତାର ସର୍ବୋତ୍‌କୃଷ୍ଟ ଉଦାହରଣ । ଗଞ୍ଜାମର ଜନସାଧାରଣ ଏବେ ବି ରିଲିଫ ସହାୟତା ପାଇବାରେ ହଇରାଣ ହେଉଛନ୍ତି ବୋଲି ଶ୍ରୀ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଥିଲେ। ଗଞ୍ଜାମର ବନ୍ୟା କ୍ଷୟକ୍ଷତି ତାଙ୍କୁ ବ୍ୟଥୀତ କରିଛି ବୋଲି ପ୍ରକାଶ କରି ରାଜ୍ନୈତିକ ବାଛ ବିଚାରରେ ରିଲିଫ ବଣ୍ଟନକୁ ସେ ନିନ୍ଦା କରିଥିଲେ । ସେହିପରି MMDR Act ସଂଶୋଧନ ଦ୍ୱାରା ଓଡିଶାର ବିପୁଳ କ୍ଷତି ରାଜ୍ୟର ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି ବୋଲି ଶ୍ରୀ ପଟ୍ଟନାୟକ କହିବା ସହ ଏହି କଳା ଆଇନକୁ ବିଜେଡିର ବିରୋଧ ଜାରୀ ରହିବ । କୋଟିଆ ପ୍ରସଙ୍ଗରେ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉଭୟ ଆନ୍ଧ୍ର ଓ ଓଡିଶାରେ NDA ର ସରକାର ଥିବା ବେଳେ ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ଘଟଣାକୁ ଜଟିଳ କରି ଦେଉଛି । ଓଡିଶାର ଅଖଣ୍ଡତାର ସୁରକ୍ଷା ପାଇଁ ବିଜେଡି ତାର ଲଢେଇ ଜାରୀ ରଖିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।

ଚାଷୀଙ୍କ ସମସ୍ୟା ଉପରେ ଆଲୋକପାତ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଡବଲ ଇଞ୍ଜିନ ସରକାର ଦାୟୀତ୍ୱ ନେବା ଠାରୁ ଚାଷ ଓ ଚାଷୀ ଉଭୟ ଅବହେଳିତ ହୋଇ ଆସୁଛନ୍ତି । ମଣ୍ଡି ଠିକ୍‌ ସମୟରେ ଖୋଲୁନି । ଧାନ ସଂଗ୍ରହ କାର୍ଯ୍ୟକ୍ରମ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି । Food Corporation of India ଓଡିଶାରୁ ଧାନ ଉଠାଉ ନାହିଁ । ଏ ସବୁ ସମସ୍ୟା ଦ୍ୱାରା ଚାଷୀର ସମସ୍ୟା ଦିନକୁ ଦିନ ଜଟିଳ ହୋଇଯାଉଛି । ତେଣୁ ବିଜେଡି ଚାଷୀର କଲ୍ୟାଣ ପାଇଁ ସବୁ ପ୍ରକାର ପଦକ୍ଷେପ ନେବାକୁ ପ୍ରସ୍ତୁତ ବୋଲି ଶ୍ରୀ ପଟ୍ଟନାୟକ ଘୋଷଣା କରିଥିଲେ । ଛାତ୍ର ସଂସଦ ନିର୍ବାଚନରେ ସରକାରଙ୍କର ଅର୍ଥ ବଳ ଓ ବାହୁ ବଳ ଏବଂ ସରକାରୀ ହସ୍ତକ୍ଷେପ ସତ୍ତ୍ୱେ ଓଡିଶାର ଜେନ୍‌-ଜି ବିଜୁ ଜନତା ଦଳ ସହିତ ରହିଥିବାରୁ ଶ୍ରୀ ପଟ୍ଟନାୟକ ଖୁସି ବ୍ୟକ୍ତ କରିବା ସହ ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବା ପାଇଁ ସରକାରଙ୍କ ଉଦ୍ୟମର ତୀବ୍ର ନିନ୍ଦା କରିଥିଲେ । ସେହିପରି ବରିଷ୍ଠ ନାଗରିକ ମାନଙ୍କର ସାମାଜିକ ସୁରକ୍ଷା ପେନ୍‌ସନ କ୍ଷେତ୍ରରେ ସରକାର ଟାଳଟୁଳ ନୀତି ଯୋଗୁଁ ବୁଢା ବୁଢୀମାନେ ବିଭିନ୍ନ ସ୍ଥାନରେ ଆତ୍ମହତ୍ୟା କରୁଥିବା ଖବରରେ ଶ୍ରୀ ପଟ୍ଟନାୟକ ଦୁଃଖ ପ୍ରକାଶ କରିଥିଲେ । ଅନ୍ୟାନ୍ୟ ବିଷୟ ମଧ୍ୟରେ ଓଡିଶାରେ ଅତ୍ୟାବଶ୍ୟକୀୟ ଜିନିଷପତ୍ର ଓ ପରିବା ପତ୍ରର ଅସ୍ୱାଭାଭିକ ଦର ବୃଦ୍ଧି ଓ ଆଇନ ଶୃଙ୍ଖଳା ପରିସ୍ଥିତିରେ ଅବନତି ପ୍ରସଙ୍ଗ ଗୃହରେ ବିଜେଡି ଉଠାଇବ ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking