32.1 C
Bhubaneswar
Saturday, June 29, 2024
Homeଓଡିଶାଡ୍ରାଇଭର ସଂଘ ଆନ୍ଦୋଳନକୁ ନେଇ ବିଜେପି ତୁଛା ରାଜନୀତି କରୁଛି: ବିଜେଡି

ଡ୍ରାଇଭର ସଂଘ ଆନ୍ଦୋଳନକୁ ନେଇ ବିଜେପି ତୁଛା ରାଜନୀତି କରୁଛି: ବିଜେଡି

 କେଉଁ ବିଜେପି ଶାସିତ ରାଜ୍ୟରେ ଡ୍ରାଇଭରଙ୍କ ଏହି ସବୁ ଦାବି ପୂରଣ କରିଛ ଦେଖାଅ
 ଓଡ଼ିଶାରେ ଡ୍ରାଇଭରଙ୍କ କଲ୍ୟାଣ ପାଇଁ ଯାହା ଆବଶ୍ୟକ, ତାହା କେବଳ ରାଜ୍ୟ ସରକାର ହିଁ କରିବେ
ଭୁବନେଶ୍ୱର,: ଦଶ ଦଫା ଦାବି ନେଇ ଗତକାଲିଠାରୁ ଟ୍ରକ୍ ଡ୍ରାଇଭର ସଂଘ ଚଳାଇଥିବା ଆନ୍ଦୋଳନକୁ ବିଜେପିର ସମର୍ଥନ ଏକ ନାଟକବାଜି ବ୍ୟତୀତ ଅନ୍ୟ କିଛି ନୁହେଁ । ବିଜେପି ଏହାକୁ ନେଇ ତୁଛା ରାଜନୀତି କରିବା ନିନ୍ଦନୀୟ ବୋଲି ବିଜୁ ଜନତା ଦଳ ପକ୍ଷରୁ କୁହାଯାଇଛି ।
ଆଜି ଏକ ପ୍ରେସ ବିବୃତିରେ ବିଜେଡି ମୁଖପାତ୍ର ଡ.ଲେନିନ ମହାନ୍ତି କହିଛନ୍ତି ଯେ ଦେଶର କୌଣସି ବିଜେପି ଶାସିତ ରାଜ୍ୟରେ ଡ୍ରାଇଭର ସଂଘର ଦାବି ମୁତାବକ କେଉଁ କେଉଁ ସୁବିଧା ପ୍ରଦାନ କରାଯାଉଛି, ବିଜେପି ନେତାମାନେ ତାହା ସ୍ପଷ୍ଟ କରନ୍ତୁ। ଡ୍ରାଇଭର ସଂଘ ଆନ୍ଦୋଳନକୁ ସମର୍ଥନ କରିବାକୁ ଯିବା ପୂର୍ବରୁ ଓଡ଼ିଶା ବିଜେପି ନେତାମାନେ ଏହିସବୁ ସୁବିଧାସୁଯୋଗର ଏକ କପି ସାଂଗରେ ନେଇଯାଇ ସେମାନଙ୍କୁ ଦେଖାଇଥିଲେ ଭଲ ହୋଇଥାନ୍ତା ।
ସେ ଆହୁରି କହିଛନ୍ତି ଯେ ଏବେ ଯେତେବେଳେ ରାଜ୍ୟରେ ବିଭିନ୍ନ ସ୍କୁଲ, କଲେଜରେ ପରୀକ୍ଷା ଚାଲିଛି, ଠିକ୍ ସେତିକିବେଳେ ଡ୍ରାଇଭର ସଂଘ ଗାଡ଼ିମଟର ବନ୍ଦ କରି ଆନ୍ଦୋଳନ କରିବା ଫଳରେ ଛାତ୍ରଛାତ୍ରୀଙ୍କଠୁ ନେଇ ଅଭିଭାବକମାନେ ହଇରାଣ ହେଉଛନ୍ତି। ଏକ ଦାୟିତ୍ୱବାନ ରାଜନୈତିକ ଦଳ ଭାବେ ବିଜେପି ଏହି ସମୟରେ ଡ୍ରାଇଭରମାନଙ୍କୁ ଆନ୍ଦୋଳନରୁ ବିରତ ରହିବା ପାଇଁ ଆହ୍ୱାନ କରିବା କଥା। ଏହାକୁ ନେଇ ରାଜନୀତି କରିବା ସେମାନଙ୍କୁ ଶୋଭା ପାଉ ନାହିଁ।
ରାଜ୍ୟ ସରକାର ଡ୍ରାଇଭର ଓ ମୋଟର କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ଲାଗି ବିଚାର ଆଲୋଚନା କରୁଛନ୍ତି। ଅଥଚ ବିଜେପି ସେମାନଙ୍କୁ ମିଛ ସମର୍ଥନ ଓ ସମବେଦନା ଜଣାଇ ରାଜନୀତି କରିବାକୁ ଚେଷ୍ଟା କରୁଛି। ତେଣୁ ଡ୍ରାଇଭର ଭାଇମାନଙ୍କୁ ଆମର ଅନୁରୋଧ, ସେମାନଙ୍କ ମିଥ୍ୟା ପ୍ରତିଶ୍ରୁତି ଓ ପ୍ରଲୋଭନରେ ପଡ଼ନ୍ତୁ ନାହିଁ। ଓଡ଼ିଶାରେ ଡ୍ରାଇଭର ଓ ମୋଟର କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ଯାହା ଆବଶ୍ୟକ, ତାହା କେବଳ ରାଜ୍ୟ ସରକାର ହିଁ କରିବେ। ବିଜେପି ଏଠାରେ ଆନ୍ଦୋଳନୀକାରୀ ମୋଟର କର୍ମଚାରୀଙ୍କୁ ସମର୍ଥନ ଜଣାଇବା ପୂର୍ବରୁ ପ୍ରଥମେ ନିଜଶାସିତ ରାଜ୍ୟମାନଙ୍କରେ ଏହା କରି ଦେଖାଉ। ମୋଟର କର୍ମଚାରୀଙ୍କୁ ଭୁଆଁ ବୁଲାଇ ଓଡ଼ିଶା ବିଜେପି ଡ୍ରାଇଭର ସଂଘ ଆନ୍ଦୋଳନରୁ ରାଜନୈତିକ ଫାଇଦା ହାସଲ କରିବା ଚେଷ୍ଟାରୁ ବିରତ ରହୁ ବୋଲି ଡ. ମହାନ୍ତି କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking