30.1 C
Bhubaneswar
Sunday, February 8, 2026
Homeଓଡିଶାସହଦେବଙ୍କ ୨ ସନ୍ତାନଙ୍କ ପାଠପଢ଼ା ଦାୟିତ୍ବ ନେଲେ ନବୀନ

ସହଦେବଙ୍କ ୨ ସନ୍ତାନଙ୍କ ପାଠପଢ଼ା ଦାୟିତ୍ବ ନେଲେ ନବୀନ

ଭୁବନେଶ୍ବର: ରାଜ୍ୟର ଶାସନ ଦାୟିତ୍ବରେ ସିନା ନାହିଁ। ‌ହେଲେ ଓଡ଼ିଆଙ୍କ ଦୁଃଖକୁ ବୁଝିପାରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ସବୁବେଳେ କୁହନ୍ତି, ଓଡ଼ିଶାର ସାଢ଼େ ୪ କୋଟି ଲୋକ ତାଙ୍କର ପରିବାରର ସଦସ୍ୟ। ଗତମାସର ଅଦିନିଆ ବର୍ଷା ପରେ ବିଭିନ୍ନ ଜିଲ୍ଲାକୁ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚାଷୀମାନଙ୍କୁ ଭେଟି ଥିଲେ। ଏବେ ଅସହାୟ ସହଦେବ ନାୟକଙ୍କ ପରିବାରକୁ ସହାୟତା ପ୍ରଦାନ କରିଛନ୍ତି। ସହଦେବଙ୍କ ପରିବାରକୁ ନବୀନ ୫୦ ହଜାର ଟଙ୍କା ନଗଦ ପଦ୍ରଦାନ କରିଥିବା ବେଳେ ବିଜେଡି ସୁପ୍ରିମୋ ଶ୍ରୀ ପଟ୍ଟନାୟକ ଏହା ସହ ସହଦେବ ନାୟକଙ୍କ ୨ ପିଲାଙ୍କ ପଢ଼ିବା ଦାୟିତ୍ୱ ନେଇଛନ୍ତି। ଅନ୍ୟପଟେ ସହଦେବଙ୍କ ପତ୍ନୀ ସୁନିତା ନାୟକଙ୍କୁ ୫ଟି ଏଜେନ୍ସ ୫ ଲକ୍ଷ ଟଙ୍କାର ସହାୟତା ରାଶି ଦେଇଛନ୍ତି। ବିଏମସି ଅଧୀନରେ କାର୍ଯ୍ୟରତ ୫ ସଫେଇ ଏଜେନ୍ସି ଯଥା ଗ୍ରୀନ ସର୍କଲ, ଜାଗୃତି, ଅୱାରଲ୍ୟାଣ୍ଡ, ପିଏମଆର, ପିଏଚଆର ପ୍ରମୁଖ ଏହି ଅର୍ଥରାଶିର ସହାୟତା କରିଛନ୍ତି। କେବଳ ସେତିକି ନୁହେଁ ବରଂ ସୁନିତାଙ୍କୁ ଜାଗୃତିରେ ସୁପରଭାଇଜର ଭାବେ ନିଯୁକ୍ତି ମଧ୍ୟ ଦେଇଛନ୍ତି। ଏହାସହ ତାଙ୍କୁ ସ୍ଥାୟୀ ନିଯୁକ୍ତି ସହ ଆର୍ଥିକ ସହାୟତା ଯୋଗାଇବା ପାଇଁ ମଧ୍ୟ ସରକାରଙ୍କୁ ଭୁବନେଶ୍ୱର ମହାନଗର ନିଗମ ଚିଠି ଲେଖିଛି ବୋଲି ମେୟର ସୁଲୋଚନା ଦାସ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking