30.1 C
Bhubaneswar
Sunday, June 30, 2024
Homeଓଡିଶାତଦନ୍ତକୁ ସାମ୍ନା କରିବାକୁ ଏତେ ଡର କାହିଁକି ?: ବିଜେଡି

ତଦନ୍ତକୁ ସାମ୍ନା କରିବାକୁ ଏତେ ଡର କାହିଁକି ?: ବିଜେଡି

 ଆଇନ୍‍ର ଉର୍ଦ୍ଧ୍ୱରେ ନୁହନ୍ତି ଗଣମାଧ୍ୟମ ସଂସ୍ଥା
 ଜାତୀୟ ସ୍ତରର ଗଣମାଧ୍ୟମ ବି ଆୟକର ଓ ଜିଏସ୍‍ଟି ଚଢଉକୁ ସାମ୍ନା କରୁଛନ୍ତି
 କିଛି ଦିନ ତଳେ ନନ୍ଦିଘୋଷ ଉପରେ ହୋଇଥିଲା ସେଌକ୍ଷଗ୍ଧ;୍ରାଲ ଜିଏସ୍‍ଟି ଚଢଉ
 ସମ୍ବାଦର ତିନି ଶହ କର୍ମଚାରୀଙ୍କ ନାଁରେ ୧୦୦ କୋଟିର ଜାଲିଆତି
 ଜାଲିଆ ସଂସ୍ଥା ସପକ୍ଷରେ ବାହାରିଛନ୍ତି କିଛି ସୁବିଧାବାଦି
ଭୁବନେଶ୍ୱର, : କୋଟି କୋଟି ଟଙ୍କାର ବ୍ୟାଙ୍କ ଋଣ ଜାଲିଆତି କରିଥିବା ଜଣେ ବ୍ୟକ୍ତି ଯଦି କୌଣସି ଗଣମାଧ୍ୟମ ସଂସ୍ଥାର ମାଲିକ ହୋଇଥାନ୍ତି, ତେବେ କ’ଣ ସେ ଆଇନର ଉର୍ଦ୍ଧ୍ୱରେ ବୋଲି ଗଣା ଯିବେ କି? ଠକାମି ଓ ଜାଲିଆତି କରୁଥିବା ଗଣମାଧ୍ୟମ ପ୍ରତିଷ୍ଠାନ ପାଇଁ ଆଇନରେ କିଛି ଅଲଗା ବ୍ୟବସ୍ଥା ଅଛି କି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍‍ ମହାନ୍ତି ।
ଡକ୍ଟର ମହାନ୍ତି ଗଣମାଧ୍ୟମକୁ କହିଛନ୍ତି ଯେ କିଛି ମାସ ତଳେ ଦୈନିକ ଭାସ୍କର, ଏନଡିଟିଭି ସମେତ ଜାତୀୟ ସ୍ତରର ଅନ୍ୟ କେତେକ ଗଣମାଧ୍ୟମ ସଂସ୍ଥା ଉପରେ ଆୟକର ଏବଂ ଜିଏସଟି ପକ୍ଷରୁ ଚଢ଼ଉ ହୋଇଥିଲା । ସେମାନେ ଆଇନ ଅନୁଯାୟୀ ଏହାକୁ ସାମ୍ନା କରିଥିଲେ । ଜାତୀୟ ସ୍ତରର ଗଣମାଧ୍ୟମ ସଂସ୍ଥା ହେଲେ ବି ସେତେବେଳେ ତ କାହିଁ ସେମାନେ କେହି ଏହାକୁ ଆକ୍ରୋଶମୂଳକ ବୋଲି କହି ଏଭଳି ହୋହଲ୍ଲା କରିନଥିଲେ ।
ଚାରି ପାଞ୍ଚ ଦିନ ତଳେ ନନ୍ଦିଘୋଷ ଟିଭିର କାର୍ଯ୍ୟାଳୟରେ ମଧ୍ୟ ସେଌକ୍ଷଗ୍ଧ;୍ରାଲ ଜିଏସଟି ପକ୍ଷରୁ ଅଚାନକ ଚଢଉ କରାଯାଇଥିଲା । ଏହା ଅପ୍ରତ୍ୟାଶିତ ଥିଲେ ମଧ୍ୟ ଏହି ଚଉଢକୁ ସେମାନେ ଆକ୍ରୋଶମୂଳକ କହି ବିରୋଧ କରିନଥିଲେ କି ନିଜ ଚ୍ୟାନେଲରେ ଏହାକୁ ବିରୋଧ କରି ଖବର ପ୍ରସାରଣ କରି ନଥିଲେ । ବରଂ ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ସେଌକ୍ଷଗ୍ଧ;୍ରାଲ ଜିଏସଟି ଅଫିସରମାନେ କାଗଜପତ୍ର ଯାଞ୍ଚ କରି ଫେରି ଯାଇଥିଲେ । ତେଣୁ ନନ୍ଦିଘୋଷ ହେଉ କି ସମ୍ବାଦ, କୌଣସି ଗଣମାଧ୍ୟମ ସଂସ୍ଥା ଆଇନର ଉର୍ଦ୍ଧ୍ୱରେ ନୁହନ୍ତି ।
ସମ୍ବାଦ ଉପରେ ତାଙ୍କ ନିଜ ସଂସ୍ଥାର କର୍ମଚାରୀମାନେ କୋଟି କୋଟି ଟଙ୍କାର ବ୍ୟାଙ୍କ ଋଣ ଜାଲିଆତିର ଅଭିଯୋଗ ଆଣିଛନ୍ତି । ଠକାମିର ଶିକାର ହୋଇଥିବା ଏଭଳି କର୍ମଚାରୀଙ୍କ ସଂଖ୍ୟା ୩୦୦ ବୋଲି କୁହାଯାଉଛି ଏବଂ ସେମାନଙ୍କ ମଧ୍ୟରେ ଅଧିକାଂଶ ସାମ୍ବାଦିକଙ୍କ ଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପର୍ଯ୍ୟନ୍ତ ଅଛନ୍ତି । ତେଣୁ ପ୍ରାୟ ୧୦୦ କୋଟି ଟଙ୍କାର ଏହି ଜାଲିଆତିର ଉପଯୁକ୍ତ ତଦନ୍ତ ହେବାରେ ଅସୁବିଧା କେଉଁଠି? ଯଦି ସେମାନେ କିଛି ଜାଲିଆତି କରିନାହାନ୍ତି ତେବେ ତଦନ୍ତକୁ ସାମ୍ନା କରିବାକୁ ଡରୁଛନ୍ତି କାହିଁକି?
ସମ୍ବାଦ ସଂପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ବିରୋଧରେ ଆସିଥିବା ଏହି ବଡ଼ ଧରଣର ବ୍ୟାଙ୍କ ଋଣ ଜାଲିଆତି ଅଭିଯୋଗର ତଦନ୍ତ ଆରମ୍ଭ ହେବା ପରେ ଯେଉଁମାନେ ତାଙ୍କ ପକ୍ଷ ନେଇ ଓକିଲାତି କରିବାକୁ ବାହାରିଛନ୍ତି, କିଛି ଜାଲିଆତି ହୋଇନାହିଁ ବୋଲି ସେମାନେ ଜାଣିଲେ କେମିତି? ଏନେଇ ସେମାନେ କେଉଁ ଆଧାରରେ ତାଙ୍କୁ କ୍ଲିନ୍ ଚିଟ୍ ଦେଇ ପକାଉଛନ୍ତି ବୋଲି ଡକ୍ଟର ମହାନ୍ତି ପ୍ରଶ୍ନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking