42.1 C
Bhubaneswar
Saturday, April 27, 2024
Homeଓଡିଶାବିଜେଡି ୧୪୭ ବିଧାନସଭା ଓ ୨୧ଟି  ଲୋକସଭା ଆସନରେ ଏକାକୀ ଲଢ଼ିବ : ପ୍ରଣବ ପ୍ରକାଶ

ବିଜେଡି ୧୪୭ ବିଧାନସଭା ଓ ୨୧ଟି  ଲୋକସଭା ଆସନରେ ଏକାକୀ ଲଢ଼ିବ : ପ୍ରଣବ ପ୍ରକାଶ

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।

ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ର୍ନିବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।

ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ (Cooperative Federalism) ଓ ରାଷ୍ଟ୍ରନୀତିଜ୍ଞତା (Statesmanship) ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ।

ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ।  ଏନେଇ ସୋସିଆଲ ମଡିଆ ଏକ୍ସରେ ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking