ଭୁବନେଶ୍ୱର: ବିଜେଡିର ୨୯ତମ ପ୍ରତିଷ୍ଠା ଦିବସରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଶାସକ ଦଳକୁ ମଞ୍ଚରୁ କଡା କାଉଣ୍ଟର କରିଛନ୍ତି । ବିଜେଡି ଅଛି , ରହିବ ଏଭଳି କିଛି କହି କଡା କାଉଣ୍ଟର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ଭାଙ୍ଗିବା ପ୍ରସଙ୍ଗରେ ମଧ୍ୟ ଜବାବ ରଖିଛନ୍ତି ନବୀନ । କହିଛନ୍ତି, କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି । ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ରହିବ । ବିଜେଡି ଶହେ ବର୍ଷ ଓଡିଶାବାସୀଙ୍କ ସ୍ୱର ହୋଇ ରହିବ । ବିଜେଡି ଗୋଟିଏ କିମ୍ବା ଦୁଇ ନେତା ଥିବା ଦଳ ନୁହେଁ । ଓଡିଆଙ୍କ ଭାବେବେଗ ସହ ଜଡିତ ବିଜେଡି । ବିଜେଡି ଭାଙ୍ଗିବ ବୋଲି ଗୁଜବ ଚାଲିଛି । ବିଜୁଙ୍କ ଆଦର୍ଶରେ ଓଡିଶାବାସୀଙ୍କ ସେବା କରିବ ବିଜେଡି । ୨୯ ତମ ପ୍ରତିଷ୍ଠା ଦିବସ ଅବସରରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଲୋକଙ୍କ ସ୍ୱର ହୋଇ ବିଜୁ ଜନତା ଦଳ ସାଜିଛି ଓଡ଼ିଶାର ବଳ ସାଜିବାକୁ ଆହ୍ବାନ ଦେଇଛନ୍ତି । ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ୱାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ଆହ୍ବାନ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।










