17.1 C
Bhubaneswar
Wednesday, December 24, 2025
Homeଓଡିଶାମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ ଓ ମାର୍ଚ୍ଚ ୮ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିବ ବିଜେଡି

ମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ ଓ ମାର୍ଚ୍ଚ ୮ରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିବ ବିଜେଡି

 ସମୃଦ୍ଧ ଓଡିଶା ଗଠନରେ ବିଜୁଙ୍କ ଭୂମିକା ପ୍ରସଙ୍ଗରେ ଆଲୋଚନା ଚକ୍ର
 ମହିଳା ସଶକ୍ତିକରଣ କ୍ଷେତ୍ରରେ ନବୀନ ସରକାରଙ୍କ ଅବଦାନ ଦେଶରେ ଉଦାହରଣ
 ବିଶ୍ୱ ମହିଳା ଦିବସରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ମହିଳାମାନଙ୍କୁ ସମ୍ୱର୍ଦ୍ଧିତ କରାଯିବ
ଭୁବନେଶ୍ୱର, : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ଆସନ୍ତା ମାର୍ଚ୍ଚ ୫ ତାରିଖରେ ବିଜୁ ଜନତା ଦଳ ତରଫରୁ ରାଜ୍ୟବ୍ୟାପୀ ପାଳନ ହେବା ସହିତ ଭୁବନେଶ୍ୱର ଶାଖା ଦ୍ୱାରା ଶଙ୍ଖ ଭବନ ଠାରେ ପାଳିତ ହେବ ବୋଲି ଦଳ ତରଫରୁ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ କହିଥିଲେ ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ।
ଶ୍ରୀ ମିଶ୍ର ଆହୁରି କହିଥିଲେ ଯେ, ପ୍ରତିବର୍ଷ ପରି ନବ ଓଡିଶା ନିର୍ମାଣର ମୁଖ୍ୟ ସ୍ଥପତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜୟନ୍ତୀ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ଆୟୋଜନ କରିବା ପାଇଁ ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଦଳର ବିଧାୟକ, ବିଧାୟିକା ଓ ସ୍ଥାନୀୟ ନେତୃମଣ୍ଡଳୀଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏହି ଅବସରରେ, ସମୃଦ୍ଧ ଓଡିଶା ଗଠନରେ ବିଜୁ ବାବୁଙ୍କ ଅବଦାନ ପ୍ରସଙ୍ଗରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେବ। ସେହିପରି, ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତୀୟ ମହିଳା ଦିବସ ମଧ୍ୟ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟବ୍ୟାପୀ ପାଳନ କରାଯିବ। ରାଜ୍ୟରେ ମହିଳା ସଶକ୍ତିକରଣ କ୍ଷେତ୍ରରେ ମିଶନଶକ୍ତି କାର୍ଯ୍ୟକ୍ରମ ମାଧ୍ୟମରେ ଶ୍ରୀ ନବୀନ ପଟ୍ଟନାୟକଙ୍କ ସରକାରଙ୍କ ଅବଦାନ ବିଷୟରେ ଆଲୋଚନା ହେବ ।
ସେହିପରି, ମାର୍ଚ୍ଚ ୮ ତାରିଖରେ ଆନ୍ତର୍ଜାତୀୟ ମହିଳା ଦିବସ ବିଜୁ ମହିଳା ଜନତା ଦଳ ଦ୍ୱାରା ଶଙ୍ଖ ଭବନ ଠାରେ ପାଳିତ ହେବ ବୋଲି ଦଳର ମହିଳା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନରେ ୩୩% ସରଂକ୍ଷଣ ବ୍ୟବସ୍ଥା କରି ମହିଳା ସଶକ୍ତିକରଣ ଦିଗରେ ପ୍ରଥମ ପଦକ୍ଷେପ ନେଇଥିଲେ, ଯାହାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆହୁରି ଆଗକୁ ନେଇଥିଲେ। ରାଜ୍ୟର ମହିଳା ମାନଙ୍କୁ ସ୍ୱାବଲମ୍ୱୀ କରିବା ଉଦ୍ଦେଶ୍ୟରେ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପ ସାରା ଦେଶରେ ଉଦାହରଣ। ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ରାଜ୍ୟର ମହିଳାମାନେ କିପରି ଭାବେ ସାମାଜିକ ଓ ଆର୍ଥିକ ସ୍ତରରେ ସ୍ୱାବଲମ୍ୱୀ ଓ ସୁଦୃଢ଼ ହେବେ ସେହି ଲକ୍ଷ୍ୟରେ ବିଜୁ ଜନତା ଦଳ କାର୍ଯ୍ୟ କରିବ। ଏହି ଅବସରରେ, ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ମହିଳା ମାନଙ୍କୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ସମୟରେ ସମ୍ୱର୍ଦ୍ଧିତ କରାଯିବ ।
ଏହି ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ଓ ପୂର୍ବତନ ସାଂସଦ ଶ୍ରୀମତୀ ଶର୍ମିଷ୍ଠା ସେଠୀ, ଶ୍ରୀମତୀ ରାଜଶ୍ରୀ ମଲ୍ଲିକ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking