ଭୁବନେଶ୍ୱର: ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେଡି ମହିଳା ନେତ୍ରୀ । ନାରୀ ଅସୁରକ୍ଷିତ ପ୍ରସଙ୍ଗ ରାଷ୍ଟ୍ରପତିଙ୍କୁ ଭେଟିବେ । ବିଜେଡିର ୩ ଜଣିଆ ମହିଳା ନେତ୍ରୀ ଭେଟିବେ । ଆଜି ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ ସିଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିସନରେଟ ପୁଲିସ୍ । ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।










