31.1 C
Bhubaneswar
Friday, October 9, 2026
Homeଓଡିଶାଭୁବନେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ରେ ବିଜୁ ଜନତା ଦଳ ର ଜନ ସମ୍ପର୍କ ପଦଯାତ୍ରା ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଜୟନ୍ତୀ ରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସେବା ରେ ବିଶ୍ୱାସ କରେ। ବିକାଶ ରେ ବିଶ୍ୱାସ କରେ। ବିଜେଡି ସରକାର ସମୟ ରେ ଦ୍ରୁତ ବିକାଶ ପାଇଁ ଓଡିଶା ସାରା ଦେଶରେ ଏକ ମଡେଲ ରାଜ୍ୟ ହୋଇ ପାରିଥିଲା ବୋଲି ପ୍ରକାଶ କରିବା ସହ ଏ ଅପାରଗ ସରଳାର,ଡବଲ ଇଞ୍ଜିନ ସରକାର, ଅଢେଇ ବର୍ଷରେ ଓଡିଶା ର ଛବି କୁ ପୁରା ମଳିନ କରି ସାରିଲେଣି ବୋଲି ଶ୍ରୀ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଥିଲେ। ପଦଯାତ୍ରା ସମୟ ରେ ଡବଲ ଇଞ୍ଜିନ ସରକାର ର ବିଫଳତା କୁ ପ୍ରତି ଘରେ ଘରେ ପହଞ୍ଚାଇ ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ । ପ୍ରାରମ୍ଭ ରେ ଶ୍ରୀ ପଟ୍ଟନାୟକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓ ବିଜୁ ବାବୁ ଙ୍କ ଫୋଟୋ ଚିତ୍ର ରେ ପୁଷ୍ପାଞ୍ଜଳି ଅର୍ପଣ କରି ଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା , ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନନ୍ତ ନାରାୟଣ ଜେନା , ମେୟର ସୁଲୋଚନା ଦାସ ଓ ଶ୍ରୀ ମନ୍ମଥ ରାଉତରାୟ ଉଦବୋଧନ ଦେଇ ରାଜ୍ୟ ସରକାର ଙ୍କ ଲୋକ ବିରୋଧୀ ନୀତି ର ତୀବ୍ର ସମାଲୋଚନା କରିଥିଲେ। ଏହି ସମାବେଶ ରେ ସ୍ଥାନୀୟ କର୍ପୋରେଟର ମାନେ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଅକଟୋବର ଦୁଇ ଗାନ୍ଧୀ ଜୟନ୍ତୀ ରୁ ଆରମ୍ଭ ହୋଇଥିବା ଏ ପଦଯାତ୍ରା ନଭେମ୍ବର ଦୁଇ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମ ରେ ପ୍ରାୟ ଦଶ ହଜାର ରୁ ଅଧିକ ଜନ ସମାବେଶ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking