32.1 C
Bhubaneswar
Thursday, May 30, 2024
Homeଓଡିଶାଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ...

ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ : ବିଜେପି

ଭୁବନେଶ୍ୱର : ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରରୋଚନାରେ ଭାରତୀୟ ଜନତା ପାର୍ଟୀର ବରିଷ୍ଠ କାର୍ଯ୍ୟକର୍ତା ତଥା
କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଛି । ପଶ୍ଚିମବଙ୍ଗ
ପରି ଓଡିଶାରେ ରାଜନୈତିକ ହିଂସା ଦେଖାଦେଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୁଦ୍ଧରେ ସ୍ୱର ଉତୋଳନ କଲେ ଯେପରି
ବିଜେପି ନେତାଙ୍କୁ ହତ୍ୟା କରାଯାଉଛି ଠିକ୍ ସେହିପରି ରାଜ୍ୟରେ ବିଜେଡିର ଦୁର୍ନୀତି ଭଷ୍ଟ୍ରାଚାର ବିରୁଦ୍ଧରେ ମୁହଁ ଖୋଲିଲେ ଶାସକ ଦଳ ନେତାଙ୍କ
ନିର୍ଦ୍ଦେଶରେ ବିରୋଧୀଙ୍କୁ ହତ୍ୟା କରାଯାଉଛି । ଏହି ହତ୍ୟାକାଣ୍ଡରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ୧୪ ଜଣଙ୍କ ନାଁରେ ଏତଲା
ଦିଆଯାଇଛି । କିନ୍ତୁ ପୋଲିସ ଶାସକ ଦଳ ଚାପରେ ଆଇନ ମନ୍ତ୍ରୀଙ୍କୁ ଗିରଫ କରିବା ତ ଦୂରର କଥା ତାଙ୍କୁ ତଦନ୍ତ ପରିସରଭୃକ୍ତ କରୁନାହିଁ । ଆଇନ
ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବା ଦାବିରେ ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଏସପି କାର୍ଯ୍ୟାଳୟ
ଘେରାଓ କରାଯାଇଛି ।
ବିଜେପି ନେତାଙ୍କୁ ଯେଉଁଭଳି ହତ୍ୟା କରାଗଲା, ତାହା ଅତ୍ୟନ୍ତ ଘୃଣ୍ୟ ଏବଂ ନିନ୍ଦନୀୟ । ଶାନ୍ତିପୂର୍ଣ୍ଣ ରାଜ୍ୟ ଓଡିଶାରେ ଏହିଭଳି ଘୃଣ୍ୟ
ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବିରୋଧୀଙ୍କ କଣ୍ଠୋରୋଧ କରିବା ପାଇଁ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକରିବାକୁ ମଧ୍ୟ ଶାସକ ବିଜେଡି
ପଛାଉ ନାହିଁ । ନବୀନ ବାବୁଙ୍କ ନେତୃତ୍ୱରେ ପରିଚାଳିତ ରାଜ୍ୟସରକାର ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଠିକ୍ ଢଙ୍ଗରେ ପରିଚାଳନା
କରିବାରେ ବିଫଳ ହେବା କାରଣର ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି । ସମ୍ବିଧାନର ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯାଉ
ବୋଲି କହି ମିଛଠାରେ ବାଃ ବାଃ ନେବାର ଅପଚେଷ୍ଟା କରୁଥିବା ମୁଖ୍ୟମନ୍ତ୍ରୀ ବର୍ତମାନ ହିଂସାକୁ ପ୍ରଶୟ ଦେବା ସହ ରାଜନୈତିକ ହତ୍ୟା ଭଳି
ଘୃଣ୍ୟ କାର୍ଯ୍ୟକରିବାକୁ ମଧ୍ୟ ପ୍ରଶ୍ରୟ ଦେଉଛନ୍ତି ।
ମାହାଙ୍ଗା ଡବଲ ମର୍ଡର ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ଆଗାମୀ ଦିନରେ ବିଜେପି ରାଜ୍ୟବ୍ୟାପୀ
ଆନ୍ଦୋଳନ କରିବ । ଗତକାଲି ବିଜେପି ରାଜ୍ୟର ସମସ୍ତ ଥାନା ଘୋରାଓ କରିଥିବାବେଳେ ଆଜି ଏସପି ଏଫିସ ଘେରାଓ କରାଯାଇଛି ଏବଂ
ଅ।।ସନ୍ତା ୮ ତାରିଖ ଦିନ ଡିଜି ଅଫିସ ଘେରାଓ କରାଯିବ । ଅଭିଯୁକ୍ତ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ନଚେତ,
ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ତୁରନ୍ତ ବହିଷ୍କାର କରିବାକୁ ବିଜେପି ଦାବି କରିଛି ।
ଆଜି ଖୋର୍ଦ୍ଧା, କଟକ, ବରଗଡ, ଅନୁଗୁଳ, ଢେଙ୍କାନାଳ, ନୂଆପଡା, ଝାରସୁଗୁଡା, କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ, ଗଜପତି,
ବାରିପଦା, ଭଦ୍ରକ, ବାଲେଶ୍ୱର, ବଲାଙ୍ଗୀର ସମେତ ରାଜ୍ୟର ସମସ୍ତ ଜିଲ୍ଲାର ଏସପି କାର୍ଯ୍ୟାଳୟ ଘେରାଓ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking