26.1 C
Bhubaneswar
Friday, March 29, 2024
Homeଓଡିଶାଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା

ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା

ଭୁବନେଶ୍ୱର : ଓଡିଶା ପ୍ରଦେଶର ଜିଲ୍ଲା ସଭାପତି ନିର୍ବାଚନ ଡିସେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ରାଜ୍ୟସ୍ତରୀୟ ନେତୃବୃନ୍ଦମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ମଣ୍ଡଳ ସ୍ତରର ନେତୃମଣ୍ଡଳୀଙ୍କ ସହ ଆଲୋଚନା କରି ମତାମତ ସଂଗ୍ରହ କରିଥିଲେ । ଡିସେମ୍ବର ୧୫ ଓ ୧୬ ଦୁଇ ଦିନ ଧରି ଅନୁଷ୍ଠିତ ଜିଲ୍ଲା ସଭାପତି ନିର୍ବାଚନର ଫଳାଫଳ ଆଜି ରାଜ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ରଂଜନ ପଟେଲଙ୍କ ଅନୁମୋଦନ କ୍ରମେ ରାଜ୍ୟ ସହ ନିର୍ବାଚନ ଅଧିକାରୀ ଓ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ଘୋଷଣା କରିଛନ୍ତି ।
ଜିଲ୍ଲା ସଭାପତିମାନେ ହେଲେ ଅନୁଗୁଳ – ଦିଲେଶ୍ୱର ପ୍ରଧାନ,ଢେଙ୍କାନାଳ- ନରେଶ ମହାପାତ୍ର, କଟକ ନଗରଲଲାତେନ୍ଦୁ ବଡୁ,କଟକ ସଦର- ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା,ଜଗତସିଂହପୁର- ସତ୍ୟବର୍ତ ମହାପାତ୍ର, କେନ୍ଦ୍ରାପଡା- କିଶୋର ପଣ୍ଡା, ଯାଜପୁର- ଗୌତମ ରାୟ, ଭଦ୍ରକ- ହେମନ୍ତ ପାଢୀ, ବାଲେଶ୍ୱର- ଉମାକାନ୍ତ ମହାପାତ୍ର, ବାରିପଦା- ପୂର୍ବତନ ବିଧାୟକ କାନ୍ଦରା ସୋରେନ, ରାଇରଙ୍ଗପୁର- ବିଧାୟକ ନବଚରଣ ମାଝୀ, କେନ୍ଦୁଝର- ଅଂଶୁମାନ ସବୁଜ ମହନ୍ତ ବର୍ମା, ସୁନ୍ଦରଗଡ(ବଣାଇ)- ଅନୀଲ ବାର୍ଲା, ସୁନ୍ଦରଗଡ (ପାନପୋଷ)- ଲତିକା ପଟ୍ଟନାୟକ, ସୁନ୍ଦରଗଡବିଧାୟକ ଭବାନୀ ଭୋଇ, ଝାରସୁଗୁଡା- ମଙ୍ଗଳ ସାହୁ, ଦେବଗଡ- ମୀନ କେତନ ପ୍ରଧାନ, ସମ୍ବଲପୁର- ଗିରିଶ ପଟେଲ, ବରଗଡ- ଅଶ୍ୱନୀ ଷଡଙ୍ଗୀ, ବୌଦ୍ଧ- ବିପ୍ର ଚରଣ ମହାନ୍ତି, ସୁବର୍ଣ୍ଣପୁର- ପ୍ରମୋଦ ମହାପାତ୍ର, ବଲାଙ୍ଗୀର- ଶିବାଜୀ ମହାନ୍ତି, ନୂଆପଡା- ସୁବ୍ରତ ଠାକୁର, କନ୍ଧମାଳ- ଜଗନ୍ନାଥ ସାହୁ, ନବରଙ୍ଗପୁର- ଜଗଦୀଶ ବିଶୋଇ, କୋରାପୁଟ- ସୁମନ୍ତ ପ୍ରଧାନ, ମାଲକାନଗିରି- ବିଧାୟକ ଆଦିତ୍ୟ ମାଢୀ, ରାୟଗଡା- ଶିବ ପଟ୍ଟନାୟକ, ଗଜପତି- ବିଧାୟକ କେ. ନାରାୟଣ ରାଓ,
ଗଂଜାମ-ବିଭୂତି ଜେନା, ଗୁମୁସର- ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ-ଲାଲା ମନୋଜ ରାୟ, ଖୋର୍ଦ୍ଧା- ରଶ୍ମି ରଂଜନ ମହାପାତ୍ର, ପୁରୀ- ଆଶ୍ରିତ ପଟ୍ଟନାୟକ ବୋଲି ଶ୍ରୀ ରାୟ ସୂଚନା ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking