ଦଳୀୟ ଆଧାରରେ ଏବଂ ଶାସକ ବିଜେଡିର ନେତା ଓ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ୩ ଲକ୍ଷରୁ ଉର୍ଦ୍ଧ୍ୱ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି
ରାଜ୍ୟ ସରକାରଙ୍କ ଷଡଯନ୍ତ୍ର କରି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍ ରଖିଛନ୍ତି
ଜଣେ ହେଲେ ଯୋଗ୍ୟ ହିତାଧିକାରୀ ପକ୍କାଘର ପାଇବାରୁ ଯେପରି ବଂଚିତ ନହୁଅନ୍ତି, ସେଥିପାଇଁ ଭାରତୀୟ ଜନତା ପାର୍ଟୀ ସଜାଗ ଅଛି
ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ସାମିଲ କରିବାର ବ୍ୟବସ୍ଥା କରନ୍ତୁ ରାଜ୍ୟ ସରକାର
୭ ଦିନ ଭିତରେ ସମସ୍ୟାର ସମାଧାନ ନହେଲେ ବଂଚିତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆନ୍ଦୋଳନ କରାଯିବ
ରାଜ୍ୟ ସରକାର କୈାଣସି ପଦକ୍ଷେପ ଗ୍ରହଣ ନକରିଲେ ବିଜେପି କେନ୍ଦ୍ର ସରକାରଙ୍କୁ ଅବଗତ କରିବା ସହ କୋର୍ଟର ମଧ୍ୟ ଦ୍ୱାରସ୍ଥ ହେବ
ଭୁବନେଶ୍ୱର,: ରାଜ୍ୟରେ ଜଣେ ହେଲେ ବାସହୀନ ରହିବେ ନାହିଁ ଏବଂ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦେବାର ଦାୟୀତ୍ୱ ନେଇଛନ୍ତି କେନ୍ଦ୍ରରେ ମୋଦି ସରକାର । ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକ ବହୁ ଆକାଂକ୍ଷିତ ଯୋଜନା ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’ ରାଜ୍ୟରେ ସଠିକ୍ତାର ସହ ପ୍ରଣୟନ ହେବା ପଇଁ ଭାରତୀୟ ଜନତା ପାର୍ଟି ସଜାଗ ଦୃଷ୍ଟି ରଖିଛି । ରାଜ୍ୟରେ ୨୭ ଲକ୍ଷ ପକ୍କାଘରର ଆବଶ୍ୟକତା ଥିବାର ରାଜ୍ୟ ସରକାର ବିଧାନସଭାରେ କହିଥିବାବେଳେ ମୋଦି ସରକାର ବର୍ତମାନ ସୁଦ୍ଧା ପାଖାପାଖି ୨୮ ଲକ୍ଷ ଘର ମଂଜୁର କରିଛନ୍ତି । ସଦ୍ୟ ଆବଂଟନ ହୋଇଥିବା ୯.୫୮ ଲକ୍ଷ ପକ୍କାଘର ପାଇଁ ଯୋଗ୍ୟ ତାଲିକା ପ୍ରସ୍ତୁତ କରି କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର । ଦଳୀୟ ଆଧାରରେ ଏବଂ ଶାସକ ବିଜେଡିର ନେତା ଓ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି । ଏହି ସଂଖ୍ୟା ୩ ଲକ୍ଷରୁ ଉର୍ଦ୍ଧ୍ୱ ହେବାର ଆଶଂକା ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ଷଡଯନ୍ତ୍ର କରି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍ ରଖିଛନ୍ତି । ଜଣେ ହେଲେ ଯୋଗ୍ୟ ହିତାଧିକାରୀ ପକ୍କାଘର ପାଇବାରୁ ଯେପରି ବଂଚିତ ନହୁଅନ୍ତି, ସେଥିପାଇଁ ଭାରତୀୟ ଜନତା ପାର୍ଟୀ ସଜାଗ ଅଛି ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
ଆସନ୍ତା କାଲି ହେଉଛି ଅଭିଯୋଗ ଦାଖଲର ଶେଷ ଦିନ । ତେଣୁ ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ସାମିଲ କରିବାର ବ୍ୟବସ୍ଥା କରନ୍ତୁ ରାଜ୍ୟ ସରକାର । ଏ ନେଇ ଆସନ୍ତା ୨୫ ତାରିଖ ଦିନ ବିଜେପି ତରଫରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ଦିଆଯିବ । ୭ ଦିନ ଭିତରେ ସମସ୍ୟାର ସମାଧାନ ନହେଲେ ବଂଚିତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆନ୍ଦୋଳନ କରାଯିବ । ଏହା ସତ୍ୱେ ରାଜ୍ୟ ସରକାର କୈାଣସି ପଦକ୍ଷେପ ଗ୍ରହଣ ନକରିଲେ ବିଜେପି କେନ୍ଦ୍ର ସରକାରଙ୍କୁ ଅବଗତ କରିବା ସହ କୋର୍ଟର ମଧ୍ୟ ଦ୍ୱାରସ୍ଥ ହେବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।