31.1 C
Bhubaneswar
Saturday, March 21, 2026
Homeଓଡିଶାସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧନା ଦେବ ବିଜେପି

ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧନା ଦେବ ବିଜେପି

ଭୁବନେଶ୍ବର : ବିଜେପି ବିଧାୟକ ଓ ସାଂସଦଙ୍କ ମଧ୍ୟରେ ବହୁ ନବାଗତ ମଧ୍ୟ ଅଛନ୍ତି । ଯେଉଁମାନେ ଚଳିତ ନିର୍ବାଚନରେ ବାଜିମାତ କରିଛନ୍ତି । ତେବେ ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ।ଏନେଇ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ବି ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଏହି କାର୍ୟ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହି କାର୍ୟ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ୱମାନେ ମଧ୍ୟ ଉପସ୍ଥିତ ରହିବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking