25.1 C
Bhubaneswar
Monday, December 8, 2025
Homeଦେଶ ବିଦେଶଅଡୁଆରେ ଭାଜପା ଏମପି କଙ୍ଗନା ରଣାୱତ

ଅଡୁଆରେ ଭାଜପା ଏମପି କଙ୍ଗନା ରଣାୱତ

ନୂଆଦିଲ୍ଲୀ: ଅଡୁଆରେ ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମପି କଙ୍ଗନା ରଣାୱତ । ହରାଇପାରନ୍ତି ଏମପି ପଦ । ହିମାଚଳ ପ୍ରଦେଶର ମାଣ୍ଡି ଲୋକ ସଭା ଆସନରୁ କଙ୍ଗନାଙ୍କୁ ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି । ତାଙ୍କ ଏମପି ପଦ ରଦ୍ଦ ଦାବିରେ ପଟିସନ ଦାଖଲ ହୋଇଛି । ଏହା ପରେ ହିମାଚଳ ପ୍ରଦେଶ ହାଇକୋର୍ଟ କଙ୍ଗନାଙ୍କୁ ନୋଟିସ ଜାରି କରିଛନ୍ତି । କିନ୍ନର ନିବାସୀ ଲାୟକ ରାମ ନେଗି କଙ୍ଗନାଙ୍କ ବିରୋଧରେ ପିଟିସନ ଦାଖଲ କରିଛନ୍ତି । କଙ୍ଗନା ସଦସ୍ୟତାକୁ ବାତିଲ କରିବାକୁ ସେ ଏଥିରେ ଦାବି କରିଛନ୍ତି ।

ଲାୟକ ରାମ ନେଗି ହେଉଛନ୍ତି ବନ ବିଭାଗର ଜଣେ ପୂର୍ବତନ କର୍ମଚାରୀ । ଏହି ଲୋକ ସଭା ଆସନରୁ ସେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁଥିଲେ । କିନ୍ତୁ ତାଙ୍କ ନାମାଙ୍କନ ପତ୍ରକୁ ମଣ୍ଡି ନିର୍ବାଚନ ଅଧିକାରୀ ଭୁଲ ଭାବେ ପ୍ରତ୍ୟାଖ୍ୟାନ କରିଥିଲେ । ଯଦି ତାଙ୍କ ନାମାଙ୍କନ ପତ୍ର ଗ୍ରହଣ କରାଯାଇଥାନ୍ତା ତେବେ ସେ ଜିତିଥାନ୍ତେ । ତେଣୁ ଏହି ସମୟରେ ପୁଣି ଥରେ ନିର୍ବାଚନ କରିବାକୁ ସେ ଦାବି କରିଛନ୍ତି । ସେପଟେ କଙ୍ଗନାଙ୍କୁ ହାଇକୋର୍ଟ ନୋଟିସ ଜାରି କରି ଆସନ୍ତା ଅଗଷ୍ଟ ୨୧ ସୁଦ୍ଧା ଏହାର ଜବାର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ଚଳିତ ଲୋକ ସଭା ନିର୍ବାଚନରେ ରାଜନୀତିରେ ଏଣ୍ଟ୍ରି କରିଥିଲେ କଙ୍ଗନା । ସେ ଭାଜପା ଟିକେଟ୍‌ରେ ମଣ୍ଡି ଲୋକ ସଭା ଅସନରୁ ନିର୍ବାଚନ ଲଢିଥିଲେ । ଏହି ଆସନରେ ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂଙ୍କୁ ୭୪,୭୫୫ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking