18.1 C
Bhubaneswar
Saturday, December 6, 2025
Homeଓଡିଶାନୂଆପଡ଼ା ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା: କିଏ କିଏ ଅଛନ୍ତି ଜାଣନ୍ତୁ

ନୂଆପଡ଼ା ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା: କିଏ କିଏ ଅଛନ୍ତି ଜାଣନ୍ତୁ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଗୁରୁବାର ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ଯେଉଁଥିରେ ଦୁଇ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି । ଜଣେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟଜଣେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଅଛନ୍ତି ।

ଉକ୍ତ ତାଲିକାରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ବିଜେପି ରାଜ୍ୟସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଯଥା- ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ଅଛନ୍ତି । ଏହାଛଡ଼ା ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ୨ ପ୍ରଭାରୀ ମଧ୍ୟ ସାମିଲ ଅଛନ୍ତି ।ନୂଆପଡା ବ୍ୟାଟେଲ ପାଇଁ ୩ ପ୍ରମୁଖ ଦଳ ବିଜେପି, ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ।

କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଦିବଙ୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିପରି ବିଜେଡି ସରପ୍ରାଇଜ କାର୍ଡ ଖେଳି ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ।ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ନୂଆପଡା ଆସନ । ତେବେ ଆସନ୍ତା ନଭେମ୍ବର 11ରେ ନୂଆପଡାରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଯାହାର ଫଳାଫଳ ଆସନ୍ତା ନଭେମ୍ବର 16ରେ ପ୍ରକାଶ ପାଇବ । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ପ୍ରଥମ ଥର ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking