19.1 C
Bhubaneswar
Tuesday, February 3, 2026
Homeଓଡିଶାଫୁଲୁଛି ସୁବର୍ଣ୍ଣରେଖା

ଫୁଲୁଛି ସୁବର୍ଣ୍ଣରେଖା

ଭୁବନେଶ୍ୱର : ଲଗାଣ ବର୍ଷା ହେତୁ ବିଭିନ୍ନ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦. ୨୦ମିଟରରେ ପ୍ରବାହିତ ହେଉଛି। ଯଦି ଜଳସ୍ତର ଏଭଳି ବୃଦ୍ଧି ପାଏ ତା’ହାଲେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଆଶଙ୍କା କରାଯାଉଛି। ବାଲିଆପାଳ, ଜଳେଶ୍ୱର ‌ଓ ଭୋଗରାଇ ବ୍ଲକର ଅନେକ ପଞ୍ଚାୟତ ଜଳମଗ୍ନ ହେବା ସହ ଚାଷ ଜମି କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି।ସେହିପରି ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାମକୁଣ୍ତା ଷୋଳଶା ପାଣ୍ଠ କୋଷ୍ଟ କେନାଲର ସ୍ଲୁଇସ୍ ଗେଟ୍‌ ଭାଙ୍ଗିଯାଇଛି। ଫଳରେ ବାଲିଆପାଳ-ଜାମକୁଣ୍ଡାକୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାରେ ଆଣ୍ଠୁଏ ଉପରେ ପାଣି ପ୍ରବାହିତ ହେଉଛି। ସ୍ଲୁଇସ୍ ଗେଟ୍‌ ଭାଙ୍ଗିଯିବା ଯୋଗୁ ହଜାର ହେକ୍ଟର ଚାଷ ଜମିରେ ପାଣି ମାଡ଼ିଯାଇଛି। ଫଳରେ ଚାଷ ଜମି ନଷ୍ଟ ହେବାର ଆଶଙ୍କା ରହିଛି। ଜଳସେଚନ ବିଭାଗ ପକ୍ଷରୁ ବାଲି ବସ୍ତା ପକାଇ ମରାମତି କରା ଯାଉଥିବା ସୂଚନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking