27.1 C
Bhubaneswar
Friday, August 15, 2025
Homeଓଡିଶାବିଏମସି ଅତିରିକ୍ତ ଅଫିସରଙ୍କୁ ମାଡ଼ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବିଏମସି ଅତିରିକ୍ତ ଅଫିସରଙ୍କୁ ମାଡ଼ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ କମିଶନରେଟ୍ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଜୀବନ ରାଉତ, ରଶ୍ମୀ ମହାପାତ୍ର, ଦେବାଶିଷ ପ୍ରଦାନଙ୍କୁ ଗିରଫ କରିଛି ପୋଲିସ । ବିଏମସି ଅଫିସରଙ୍କୁ ବିଧା ଗୋଇଠା ମାରି ଦରମରା କରିଛନ୍ତି ଦୁର୍ବୃତ୍ତ । ଅତିରିକ୍ତ କମିଶନରଙ୍କୁ ଘୋଷାଡ଼ି ପିଟୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କାର୍ଯ୍ୟାଳୟରୁ ଘୋଷାଡି ନେବା ସହ ବିଧା, ଗୋଇଠା ମାରୁଥିବାର ମଧ୍ୟ ଦେଖିବାକୁ ମିଳିଛି । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣକାରୀ କିଏ ତାହା ସ୍ପଷ୍ଟ ହୋଇ ନ ଥିବା କହିଛି କମିାନରେଟ୍ ପୋଲିସ । କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିବେଳେ ଏ ଅଘଟଣ ଘଟିଥିବା ସୂଚନା । ଘଟଣାକୁ ବିଜେପି ପକ୍ଷରୁ ନିନ୍ଦା କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking