28.1 C
Bhubaneswar
Saturday, April 27, 2024
Homeଓଡିଶାଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି ଆତ୍ମହତ୍ୟା ଘଟଣା। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଭଡା ଘରୁ ବିବାହିତ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ସେ ଭଡ଼ାରେ ରହୁଥିବାବେଳେ ତାଙ୍କ ଘର ଢ଼େଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡିଛି । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ୮ ବର୍ଷ ତଳେ ପ୍ରିୟଙ୍କା ଖୋର୍ଦ୍ଧାର ରତୀକ ଦାଶଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ୨ ଛୁଆଙ୍କ ସହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିବାବେଳେ ଆଜି ତାଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର ହୋଇଛି। ପରିବାରିକ କଳହ ଯୋଗୁଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking