ନୟାଗଡ଼: କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପ୍ରତିବାଦରେ ରାସ୍ତାରୋକ । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡା ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।ଗତକାଲି ବିଦ୍ୟାଳୟରୁ ଶୌଚ ଯିବାକୁ କହି ଆଉ ଫେରିନଥିଲେ । ବହୁ ଖୋଜାଖୋଜି ପରେ କୌଣସି ପତ୍ତା ମିଳିନଥିଲା । ଆଜି ଗାଁ ମୁଣ୍ଡରେ ଥିିବା ପରିତ୍ୟକ୍ତ କୂଅରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ କରିଛନ୍ତି ପରିବାର । ପ୍ରତିବାଦରେ ଗଣିଆ ଛକରେ ରାସ୍ତାରୋକ କରିଛନ୍ତି ଗ୍ରାମବାସୀ । ଫଳରେ ଗଣିଆରୁ କଣ୍ଟିଲୋ ଓ ଦଶପଲ୍ଲାକୁ ଗାଡି ଚଳାଚଳ ବନ୍ଦ ରହିଛି। ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ପୋଲିସ ।










