27.1 C
Bhubaneswar
Monday, March 23, 2026
Homeଓଡିଶାରେଳ ଟ୍ରାକରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ରେଳ ଟ୍ରାକରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ବଲାଙ୍ଗୀର : ସ୍ୱାମୀଙ୍କ ସହ କଥାକାଟି ଅଧରାତିରେ  ଘର ଛାଡିଲେ ମହିଳା । ଆଉ ଆଜି ସକାଳେ ସେହି ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ରେଲୱେ ଟ୍ରାକ୍‌ରୁ ମିଳିଛି। ଏପରି ଏକ ଅଭାବନୀୟ ଘଟଣା ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ଥାନା ଅଞ୍ଚଳରେ ଘଟିଛି। ସିରୋଲ ଗାଁ ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଜଣକ ହେଲେ ୨୫ ବର୍ଷୀୟା କମଳା ରଣା ।
କମଳା ୮ ବର୍ଷ ପୂର୍ବେ ଟିଟିଲାଗଡ ଥାନା ତେନ୍ତୁଲିଖୁଟି ଗାଁର କୁମାରମଣି ରଣାଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇଟି ଛୋଟ ଛୁଆ ଅଛନ୍ତି। କୌଣସି କାରଣକୁ ନେଇ ଉଭୟ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଗତ ରାତିରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ କମଳା ଗତ ରାତିରେ ଘରୁ କେଉଁଆଡ଼େ ପଳାଇଥିଲେ। ପରିବାର ଲୋକେ ରାତି ସାରା ଖୋଜାଖୋଜି କରିଥିଲେ ବି ତାଙ୍କ ପତ୍ତା ପାଇ ପାରି ନ ଥିଲେ। ଆଜି ସକାଳୁ ସିରୋଲ ଗାଁ ରେଳ ଧାରଣାରେ ଏକ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ଜିଆରପିକୁ ଖବର ଦେଇଥିଲେ। ଜିଆରପି କର୍ମଚାରୀ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏହାର ତଦନ୍ତ ଆରମ୍ଭ କରିଛି।
ଖବର ପାଇ କମଳା ରଣାଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି ମାମଲାର ଅଧିକ ତଦନ୍ତ ଚାଲିଥିବା ଜିଆରପି ଅଧିକାରୀ କହିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking