ରାଉରକେଲା: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ସମିଲ ୟୁପି ସ୍କୁଲ ଛକ ନିକଟରେ ପଡ଼ି ରହିଛି ଯୁବତୀଙ୍କ ମୃତଦେହ । ଶୁକ୍ରବାର ସକାଳ ୬ଟାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ଯୁବତୀଜଣଙ୍କର ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।ଯୁବତୀଙ୍କୁ କେହି ମାରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ଘଟଣା ସ୍ଥଳରେ ପୋଲିସ, ସାଇଣ୍ଟିଫିକ ଟିମ ପହଂଚି ତଦନ୍ତ କରୁଛି । ତେବେ ତଦନ୍ତ ପରେ ପ୍ରକୃତ ଘଟଣା ସ୍ପଷ୍ଟ ହୋଇପାରିବ ।










