30.1 C
Bhubaneswar
Wednesday, April 24, 2024
Homeଦେଶ ବିଦେଶପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ୍ ଖାନ୍

ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ୍ ଖାନ୍

ମୁମ୍ବାଇ : ବଲିଉଡ ଜଗତ ପାଇଁ କଳା ବାଦଲ ସାଜିଛି କରୋନା ଭାଇରସ। ଯାହା କବଳରେ ଆସି ମସହୂର ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ୍ ଖାନଙ୍କର ଆଜି ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା । ତାଙ୍କ ଦେହାନ୍ତରେ ଶୋକରେ ବୁଡିଯାଇଛି ବଲିଉଡ୍ ଜଗତ । ସାଜିଦ୍-ୱାଜିଦ୍ ଯୋଡ଼ିକୁ ଝୁରୁଛନ୍ତି ସଲମାନଙ୍କ ଠାରୁ ଆରମ୍ଭ କରି ଅନେକ ବିଶିଷ୍ଟ କଳାକାର । ତେବେ ଗତ କିଛି ବର୍ଷ ଧରି ସେ କୀଡନି ଜନିତ ରୋଗରେ ପୀଡିତ ଥିବା ବେଳେ ତାଙ୍କୁ ଗତକାଲି ବିଳମ୍ବିତ ରାତିରେ ମୁମ୍ବାଇ ମେଡିକାଲରେ ଭର୍ତ୍ତି ରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ସପ୍ତାହେ ହେବ ସେ କରୋନାରେ ପୀଡିତ ଥିଲେ। ବଲିଉଡର ଦବଙ୍ଗ ବୟ ସଲମାନ ଖାନଙ୍କ ପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଥିଲେ ୱାଜିଦ୍ ଖାନ୍ । ଏପିରିକି ସଲମାନଙ୍କ ଅଭିନୀତ ପ୍ୟାର କିୟା ତୋ ଡରନା କ୍ୟା ଚଳଚ୍ଚିତ୍ରରୁ ସେ କ୍ୟାରିୟର ଆରମ୍ଭ କରିଥିଲେ । ତେରେ ନାମ୍, ୱାଂଟେଡ୍, ଦବଙ୍ଗ, ଏକ ଥା ଟାଇଗର୍, ପାର୍ଟନର, ମୁଝ ସେ ସାଦି କରୋଗୀ, ହେଲୋ, ଗଡ୍ ତୁ ସି ଗ୍ରେଟ୍ ହୋ ଭଳି ଅନେକ ଲୋକପ୍ରିୟ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking