ଆଠଗଡ଼ : ତିଗିରିଆ ଅଞ୍ଚଳରେ ବୋମାମାଡ଼ । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ ହୋଇଥିବା ଜଣାପଡିଛି । ଏହି ଘଟଣାରେ କାହାର କ୍ଷୟକ୍ଷତି ହୋଇନାହିଁ । ପୋଲିସ ଏହି ଘଟଣାର ତଦନ୍ତ କରୁଛି । ସୂଚନା ଅନୁସାରେ, ସୋମବାର ବିଳମ୍ବିତ ରାତିରେ ଆଠଗଡ଼ର ତିଗିରିଆ ଥାନା ଅଞ୍ଚଳରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ହୋଇଛି । ବୋମାମାଡ଼ରେ କାହାର କୌଣସି କ୍ଷତି ହୋଇନାହିଁ କିନ୍ତୁ ଉକ୍ତ ଅଞ୍ଚଳରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା । ଉକ୍ତ ଅଞ୍ଚଳରେ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି।










