19.1 C
Bhubaneswar
Sunday, February 8, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବୋନି କପୁର ଏବଂ ଅର୍ଜୁନ କପୁର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବୋନି କପୁର ଏବଂ ଅର୍ଜୁନ କପୁର

ଭୁବନେଶ୍ୱର:ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଶ୍ରୀ କାପୁର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ଶ୍ରୀ କାପୁର କହିଥିଲେ ଯେ, ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି । ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ । ଏଥି ସହିତ ରାଜ୍ୟ ପର‌୍ୟ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଥିଲେ ।  ଏହି ସାକ୍ଷାତ ଆଲୋଚନା ସମୟରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକ ମାନେ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking