30.1 C
Bhubaneswar
Monday, May 20, 2024
Homeଓଡିଶାବ୍ରହ୍ମପୁରରୁ ଜୟପୁର ବିଜୁ ଏକ୍ସପ୍ରେସ୍‌ ୱେ-୨ର ନିର୍ମାଣ ଖୁବ ଶୀଘ୍ର; ୫-ଟି ସଚିବ

ବ୍ରହ୍ମପୁରରୁ ଜୟପୁର ବିଜୁ ଏକ୍ସପ୍ରେସ୍‌ ୱେ-୨ର ନିର୍ମାଣ ଖୁବ ଶୀଘ୍ର; ୫-ଟି ସଚିବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ୍ ଆଜି ଦୁଇ ଦିନିଆ ଗସ୍ତରେ ଗଜପତି ଜିଲ୍ଲା ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି। ବିଶେଷ କରି ଗୁରୁତ୍ୱପୂର୍ଣ୍ଣ ‘ବିଜୁ ଏକ୍ସପ୍ରେସ ୱେ’ର ନିର୍ମାଣ ସମ୍ପର୍କରେ ପୂର୍ତ୍ତ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ବିଜୁ ଏକ୍ସପ୍ରେସ ୱେ-୧ ର ନିର୍ମାଣ କାମ ସଫଳତାର ସହ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟ ସରକାର ଏବେ ବିଜୁ ଏକ୍ସପ୍ରେସ ୱେ-୨ର କାମ ଆରମ୍ଭ କରିବାକୁ ଯାଉଛନ୍ତି ।

ରାଜ୍ୟର ଅର୍ଥନୈତିକ ଓ ସାମାଜିକ ବିକାଶ ଦୃଷ୍ଟିରୁ ଏହା ଖୁବ୍ ଗରୁତ୍ୱ ବହନ କରେ। ୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଜୟପୁର ସହ ଯୋଡିବ ଏବଂ ଏହି ପ୍ରକଳ୍ପର ପାଇଁ ପ୍ରାୟ ୭୦୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଏହା ସମ୍ପୂର୍ଣ୍ଣ ଭାବେ ଏକ ନୂଆ ପ୍ରକଳ୍ପ। ଏହା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ- ଏହି ୪ଟି ଜିଲ୍ଲାର ୧୫ଟି ବ୍ଲକ ଦେଇ ନିର୍ମିତ ହେବ। ଗଞ୍ଜାମରେ ୪୩ କି.ମି., ଗଜପତିରେ ୪୭ କି.ମି., ରାୟଗଡାରେ ୧୫୮ କି.ମି. ଓ କୋରାପୁଟରେ ୫୭ କି.ମି. ରାସ୍ତା ତିଆରି କରାଯିବ ।

ଏହା ଦ୍ୱାରା ବ୍ରହ୍ମପୁରରୁ ଜୟପୁରକୁ ଗସ୍ତ ସମୟ ୮ ଘଣ୍ଟାରୁ ୫ ଘଣ୍ଟାକୁ କମିଯିବ । ବ୍ରହ୍ମପୁରରୁ ମୋହନା ମାତ୍ର ୪୫ ମିନିଟ୍‌ ଲାଗିବ ଏବଂ ରାୟଗଡାରୁ ମୋହନା ମାତ୍ର ଦେଢ ଘଣ୍ଟା ଲାଗିବ ଯାହାକି ବର୍ତ୍ତମାନ ପ୍ରାୟ ୪ ଘଣ୍ଟା ଲାଗୁଛି । ଏହି ସଡକରେ ରାଜ୍ୟରେ ପ୍ରଥମ ଥର ପାଇଁ ପାହାଡ ଖୋଳା ଯାଇ ରାସ୍ତା ନିର୍ମାଣ କରାଯିବ ଯାହାଦ୍ୱାରା କି ସଡକର ଦୈର୍ଘ୍ୟ ପ୍ରାୟ ୨୫ ରୁ ୩୦ କି.ମି. କମିଯିବ ଏବଂ ଯିବାଆସିବା ସମୟ ମଧ୍ୟ ୨ ଘଣ୍ଟା କମ ରହିବ । ଏହା ଦ୍ୱାରା ଦକ୍ଷିଣ ଓଡିଶାରେ ଏକ ନୂଆ ଇକୋନୋମିକ୍ କରିଡର ସୃଷ୍ଟି ହୋଇପାରିବ ଏହି କାମ ତିନି ବର୍ଷ ମଧ୍ୟରେ ଶେଷ ହେବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking