ଚାନ୍ଦିପୁରରେ ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ବାଲେଶ୍ୱର : ବାଲେଶ୍ୱର ସ୍ଥିତ ଚାନ୍ଦିପୂର କ୍ଷେପଣାସ୍ତ୍ର ଘାଟିରୁ ସୁପରସୋନିକ କ୍ରୁଜ୍ ମିଜାଇଲ ବ୍ରହ୍ମୋସର ବ୍ୟବହାରିକ ପରୀକ୍ଷଣ ହୋଇଛି । ସକାଳ ୧୦ଟା ୨୭ରେ ୩ନମ୍ବର ଲଞ୍ଚ ପ୍ୟାଡ଼ରୁ ଏହି ପରୀକ୍ଷଣ ହୋଇଛି । ଭାରତ-ଋୁଷିଆର ମିଳିତ ଜ୍ଞାନ କୌଶଳରେ ତିଆରି ଏହି ମିଜାଇଲ ୪୫୦ରୁ ୬ଶହ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁପକ୍ଷର ଲକ୍ଷଭେଦ କରିପାରିବ । ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଂଜିନ ବ୍ୟବହାର କରାଯାଇଛି। ୩ ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରଖିଥିବା ଏହି କ୍ଷେପଣାସ୍ତ୍ର ସ୍ଥଳଭାଗରୁ ୪୫୦ କିଲୋମିଟର ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରୁଥିବା ବେଳେ ବାୟୁସେନାର ଯୁଦ୍ଧ ବିମାନରୁ ୪ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟକୁ ଲକ୍ଷ୍ୟଭେଦ କରିପାରିବାର କ୍ଷମତା ରଖିଛି। ଏହାର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଓ ଓଜନ ୩ ହଜାର କିଲୋଗ୍ରାମ ରହିଛି।

LEAVE A REPLY

Please enter your comment!
Please enter your name here