36.7 C
Bhubaneswar
Wednesday, June 17, 2026
Homeଦେଶ ବିଦେଶଭୟଙ୍କର ଝଡ଼ରେ ଭାଙ୍ଗିଲା ନିର୍ମାଣାଧୀନ ପୋଲ: ୬ ଶ୍ରମିକଙ୍କ ମୃତ୍ୟୁ

ଭୟଙ୍କର ଝଡ଼ରେ ଭାଙ୍ଗିଲା ନିର୍ମାଣାଧୀନ ପୋଲ: ୬ ଶ୍ରମିକଙ୍କ ମୃତ୍ୟୁ

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି। ଆହତ ଶ୍ରମିକମାନଙ୍କର ତୁରନ୍ତ ଚିକିତ୍ସା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଗତକାଲି ବିଳମ୍ବିତ ରାତିରେ ଉତ୍ତର ପ୍ରଦେଶର ହମିରପୁରରେ ଏକ ଭୟଙ୍କର ଝଡ଼ ଯୋଗୁ ବେତୱା ନଦୀ ଉପରେ ନିର୍ମାଣାଧୀନ ପୋଲର ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ସାଧାରଣ ପରିବହନ ପାଇଁ ନିର୍ମିତ ଏହି ପୋଲଟି ଭାଙ୍ଗି ପଡ଼ିବା ଯୋଗୁ ଅନେକ ‌ଲୋକ ମୃତାହତ ହୋଇଥିଲେ। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଛଅ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଓ ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଭଗ୍ନାବଶେଷ ତଳେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବଡ଼ଧରଣର ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲର ଭଗ୍ନାବଶେଷ ତଳେ ଅନେକ ଶ୍ରମିକ ଫସି ରହିଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି। ହମିରପୁରର ମୋରା କାଣ୍ଡର ଓ କୁରାରା ଅଞ୍ଚଳକୁ ସଂଯୋଗ କରିବା ପାଇଁ ଏହି ସେତୁ ନିର୍ମାଣ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହମିରପୁର ସେତୁ ଭୁଶୁଡ଼ିବା ଘଟଣାରେ ମୃତକମାନଙ୍କ ପରିବାର ପ୍ରତି ଗଭୀର ସମବେଦନା ପ୍ରକାଶ କରିଥିଲେ। ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆହତମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା, ମୃତକଙ୍କ ପରିବାରକୁ ପର୍ଯ୍ୟାପ୍ତ କ୍ଷତିପୂରଣ ଓ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking