19.1 C
Bhubaneswar
Tuesday, January 28, 2025
Homeଓଡିଶାମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ

ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ

ଗଞ୍ଜାମ : ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଲୁଟେରା । ରବିବାର ରାତିରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ କୋଦଳା ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଖୋଲ ବହୁ ପୂରାତନ ମା’ ଦଣ୍ଡ କାଳୀଙ୍କ ମନ୍ଦିରରେ ଚୋରମାନେ ପଶି କଳା କନା ବୁଲାଇଛନ୍ତି । ଚୋରମାନେ ଦାନ ହୁଣ୍ଡି ଭାଙ୍ଗି ସେଥିରେ ଥିବା ସମସ୍ତ ଅର୍ଥକୁ ଲୁଟି ନେଇଯାଇଛନ୍ତି। ସକାଳେ ମନ୍ଦିର ପୂଜାରୀ ଏହା ଦେଖିବା ପରେ ପରିଚାଳନା କମିଟିକୁ ଏହି ଘଟଣା ବାବଦରେ ଜଣାଇଥିଲେ । ଏହାପରେ ପରିଚାଳନା କମିଟି ପୁଲିସ ନିକଟରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଆଧାର କରି ପୁଲିସ ତଦନ୍ତ ଜାରି ରଖିଛି । ଗତ କିଛି ମାସ ହେଲା ଦାନ ହୁଣ୍ଡି ଖୋଲା ହୋଇଥିଲା ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking