29.1 C
Bhubaneswar
Monday, May 6, 2024
HomeଓଡିଶାBSKY କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

BSKY କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ବ୍ରହ୍ମଗିରି କେରାଣ୍ଡିଆରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲା ପାଇଁ ବିଏସକେଓାଇ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ଆଉ କେତେକ ଉନ୍ନୟନ ପ୍ରକ୍ଳଫର ଶିଳାନ୍ୟାସ ମଧ୍ୟ କରିଛନ୍ତି ।
ପ୍ରଥମେ ମାଲାକାନାଗିରି, ଦ୍ୱିତୀୟରେ ସୁନ୍ଦରଗଡ଼ । ତୃତୀୟରେ ବଲାଙ୍ଗିର ଓ ତା’ପରେ ଗଜପତି । କ୍ରମାଗତଃ ଭାବେ ଚାରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ପୁଣି ଶ୍ରୀ ପଟ୍ଟନାୟକ ଆଜି ପୁରୀ ଓ ୯ରେ ଦେବଗଡ଼ ଗସ୍ତ କରିବେ । ଏହି ଦୁଇ ଜିଲ୍ଲାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ କିଛି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟରେ ପର୍ଯ୍ୟାୟକ୍ରମେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି ।
ବୁଧବାର ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ କହିଥିଲେ, ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ‘ସ୍ମାର୍ଟ କାର୍ଡ’ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମଗିରିର ୨୧ଟି ପଞ୍ଚାୟତର ୧୯ ହଜାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ପ୍ରତ୍ୟେକ ପଞ୍ଚାୟତର ୨ଟି ସ୍କୁଲରେ କାର୍ଡ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି ବୋଲି ସେ ସୂଚନା ଦେଇଥିଲେ । ଅନ୍ୟପକ୍ଷରେ ଅକ୍ଟୋବର ୯ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦେବଗଡ଼ ଜିଲ୍ଲା ଗସ୍ତରେ ଯିବାର କାର‌୍ୟ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିବେ ବୋଲି ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking