26.1 C
Bhubaneswar
Wednesday, March 19, 2025
Homeଦେଶ ବିଦେଶବଜେଟ: କ’ଣ କହିଲେ ଅର୍ଥମନ୍ତ୍ରୀ ଜାଣନ୍ତୁ..

ବଜେଟ: କ’ଣ କହିଲେ ଅର୍ଥମନ୍ତ୍ରୀ ଜାଣନ୍ତୁ..

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରଥମିକତା ଦିଆଯାଇଛି । କୃଷି ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ ରହିଛି । ଏହାଦ୍ୱାରା ୧.୭ କୋଟି କୃଷକ ଉପକୃତ ହେବେ । ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୬ ବର୍ଷିଆ ସ୍କିମ କେନ୍ଦ୍ର ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ । ଏହି ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉପôାଦନରେ ଭାରତ ସାରା ବିଶ୍ୱରେ ଦ୍ୱିତୀୟ । ଟେକ୍ସଟାଇଲ ସେକ୍ଟର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୟୁରିଆ ଉତ୍ପାଦନରେ ଦେଶକୁ ଆତ୍ମନିର୍ଭର କରିବୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking