39.1 C
Bhubaneswar
Friday, April 26, 2024
Homeୟୁନିୟନ ବଜେଟ୍୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ

୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ:  ଆସନ୍ତା ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଆଜି ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଫେବୃଆରୀ ପହିଲାରେ ବଜେଟ ଆଗତ ହେବ । ଏପ୍ରିଲ ୮ ତାରିଖ ଯାଏ ଚାଲିବ ଅଧିବେଶନ । ପ୍ରଥମ ଦିନ ଜାନୁଆରି ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ଏହା ଜଣାପଡ଼ିଛି । ସୂଚନା ଅନୁଯାୟୀ, ଚଳିତ ଥର ବଜେଟ ଅଧିବେଶନକୁ ୨ ଭାଗରେ ବିଭକ୍ତ କରାଯାଇଛି। ପ୍ରଥମ ଅଧିବେଶନ ୩୧ ଜାନୁଆରୀରୁ ୧୧ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ । ଏହାପରେ ଦ୍ୱିତୀୟ ସେସନ୍‌ ୧୪ ମାର୍ଚ୍ଚରୁ ୮ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ ।

ଫେବୃଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ସଂସଦରେ ବଜେଟ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତର ୪ର୍ଥ ବର୍ଷ ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ନିର୍ମଳା ସୀତାରମଣ। ଏଥିନିମନ୍ତେ ଜୋରସୋରରେ ଚାଲିଛି ପ୍ରସ୍ତୁତି। ଦେଶରେ ଏବେ କରୋନା ମାମଲା ବଢ଼ି ଚାଲିଥିବା ବେଳେ ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଆରମ୍ଭ ହେବାକୁ ଯାଉଛି ବଜେଟ ଅଧିବେଶନ ।

ଏବେ ସଂସଦର ଉଭୟ ଗୃହର ପ୍ରାୟ ୪ଶହ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟସଭା ସଚିବାଳୟର ୬୫ କର୍ମଚାରୀ, ଲୋକସଭା ସଚିବାଳୟର ୨ଶହ କର୍ମଚାରୀଙ୍କ ସମେତ ସଂସଦର ଅନ୍ୟ ୧୩୩ କର୍ମଚାରୀ ୪ ଜାନୁଆରୀରୁ ୮ ଜାନୁଆରୀ ମଧ୍ୟରେ କୋଭିଡ ଦ୍ୱାରା ସଂକ୍ରମିତ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking