ଖଲ୍ଲିକୋଟ: ଜଙ୍ଗଲରୁ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି । ଖଲ୍ଲିକୋଟ ଥାନା ବାଣିଆ ପଞ୍ଚାୟତ ଆଲପୁର ଜଙ୍ଗଲରୁ ଉଦ୍ଧାର କରାଯାଇଛି । ଯୁବକଙ୍କ ହତ୍ୟା ପରେ ମୃତଦେହ ପୋଡି ଦିଆଯାଇଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲି ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ହତ୍ୟା ପଛର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି ପୋଲିସ ।










