40.1 C
Bhubaneswar
Thursday, April 25, 2024
Homeଓଡିଶାମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା କରିବା ସହ ଗଭୀର ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ...

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା କରିବା ସହ ଗଭୀର ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ : ବସ ଓଲଟିବା ଘଟଣା

ବ୍ରହ୍ମପୁର : ଆଜି ପାହାନ୍ତାରେ ଗଜପତି ଜିଲ୍ଲାର ତପ୍ତପାଣି ଘାଟିରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଅନ୍ୟୂନ ୮ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ୪ଜଣଙ୍କର ଏବଂ ମେଡିକାଲରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନାମିଳିଥିବା ବେଳେ ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖପ୍ରକାଶ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।
ସୂଚନା ଅନୁସାରେ ରାୟଗଡ଼ାର କାଶୀପୁରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ‘ମାରୁତି’ ରାତି ପ୍ରାୟ ୩ଟା ବେଳେ ମୋହନା ବ୍ଲକ୍ ଅନ୍ତର୍ଗତ ତପ୍ତପାଣି ଘାଟିରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଘନ କୁହୁଡ଼ି ଯୋଗୁଁ ରାସ୍ତା ଦେଖା ଯାଉନଥିବା କାରଣରୁ ବସ୍‌ଟି ଘାଟିରୁ ତଳକୁ ଖସି ପଡ଼ିଥିବା କଥା କୁହାଯାଉଛି।  ଏଯାବତ ୪୦ ଆହତ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଦିଗପହଣ୍ଡି ଏବଂ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସେମାନଙ୍କ ଚିକିତ୍ସା ଜାରି ରହିଛି। ଆଠଜଣ ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ ଓ ୬ ମହିଳା ରହିଛନ୍ତି। ସେମାନଙ୍କ ପରିଚୟ ମିଳି ଯାଇଛି। ମୃତକମାନେ ସୁନିଲ ନାୟକ, ରମେଶ ବେହେରା, ଝୁନୁ ବେହେରା, ସଂଘମିତ୍ରା ମହାପାତ୍ର, ଅନେ୍ଵଷା ମହାପାତ୍ର, କରିସ୍ମା ନାୟକ, ସୁବାସିନି ମହାରଣା ଓ ବିଦ୍ୟୁତ ନାୟକ ବୋଲି ଜଣାପଡ଼ିଛି।
https://onakhabar.com/2020/01/29/bus-accident-7-dead-40-injured/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking