ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଖାତକୁ ଖସିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ମଙ୍ଗଳବାର ସକାଳେ ଉତ୍ତରାଖଣ୍ଡର ଆଲମୋରା ଜିଲ୍ଲାର ସିଲାପାଣି ଭିକିଆସେନ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୧୨ ଜଣ ଯାତ୍ରୀ ଥିଲେ । ଖବର ପାଇ ପୋଲିସ ଓ ଏସଡିଆରଏଫ ଦଳ ଘଟଣାସ୍ଥଳରେ ପହଞ୍ଚିି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଯାଇଛି । ମୃତକଙ୍କୁ ଚିହ୍ନଟ କରିବା ସହ ଦୁର୍ଘଟଣାର କାରଣ ଜାଣିବା ପାଇଁ ପୋଲିସ ତଦନ୍ତ କରୁଛି ।










