31.1 C
Bhubaneswar
Friday, September 4, 2026
Homeଓଡିଶାଗଛରେ ପିଟହେଲା ବସ୍‌ : ଚାଳକ ମୃତ, ୩୦ ଯାତ୍ରୀ ଆହତ

ଗଛରେ ପିଟହେଲା ବସ୍‌ : ଚାଳକ ମୃତ, ୩୦ ଯାତ୍ରୀ ଆହତ

ନୟାଗଡ଼: ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ‘ଶ୍ରୀ ନୀଳକଣ୍ଠେଶ୍ୱର’ ଏକ ଘରୋଇ ବସ୍‌ ଭୁବନେଶ୍ୱରରୁ ନୟାଗଡ଼ ଆସୁଥିଲା। ଜହ୍ନିପଦା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଅର୍ଜୁନ ଗଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବସ୍‌ର ସମ୍ମୁଖ ଭାଗ ଭାଗ ଭାଙ୍ଗି ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଏପରିକି ଦୁର୍ଘଟଣା ପରେ କିଛି ଯାତ୍ରୀ ବସ୍‌ ଭିତରେ ଫସି ରହିଥିଲେ।

ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ଇଟାମାଟି ଓ ନୟାଗଡ଼ ଟାଉନ ଥାନା ପୋଲିସ ଏବଂ ଦମକଳ ବାହିନୀ ପହଞ୍ଚି ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଚାଳକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଆହତଙ୍କ ମଧ୍ୟରୁ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଏଥିରୁ ୪ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଘଟଣାସ୍ଥଳରେ ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ଜିଲାପାଳ ମଧୁମିତା ରଥ ପହଞ୍ଚି ଉଦ୍ଧାର ଓ ଚିକିତ୍ସା ବ୍ୟବସ୍ଥା ତଦାରଖ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking