29.1 C
Bhubaneswar
Wednesday, April 24, 2024
Homeଓଡିଶାବସ୍‌-ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ, ୩୦ ରୁ ଊର୍ଦ୍ଧ୍ୱ ଆହତ

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ, ୩୦ ରୁ ଊର୍ଦ୍ଧ୍ୱ ଆହତ

ଭଦ୍ରକ : ଦିନକୁ ଦିନ ରାଜ୍ୟରେ ସଡକ ଦୁର୍ଘଟଣା ବଢିବାରେ ଲାଗିଛି । ଗାଡି ଚାଳକଙ୍କ ବେପରୁଆ ଗାଡି ଚାଳନା କାରଣରୁ ଏଭଳି ଦୁର୍ଘଟଣା ହେଉଥିବା ଜଣାପଡିଛି । ତେବେ ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଭଦ୍ରକ ଜିଲ୍ଲାର ବନ୍ତ ଛକଠାରେ ଘଟିଛି । ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣ ପ୍ରାଣ ହରାଇଥିବା ବେଳେ ୩୦ ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ୨ ଜଣଙ୍କୁ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାକୁ ପଠାଇ ଦିଆଯାଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।
ସୂଚନା ଅନୁଯାୟୀ, ଧାମନଗରରୁ ଉର୍ସ ପର୍ବ ସାରି ଫେରୁଥିବା ବେଳେ ବନ୍ତ ଛକଠାରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଆହତମାନଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨୫ ଜଣ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଦୁର୍ଘଟଣା ପରେ ଜାତୀୟ ରାଜପଥ-୧୬ରେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ଏଥିସହିତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ମେଡିକାଲରେ ପହଞ୍ଚିଥିବା ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking