ବାଲେଶ୍ୱର: ବସ- ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୦ ଜଣ ଯାତ୍ରୀ । ସୋର କଲେଜ ଛକ ନିକଟରେ ବସ- ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାସ୍ଥଳରେ ଚାପି ହୋଇ ରହିଛନ୍ତି ଟ୍ରକ ଡ୍ରାଇଭର । ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା ବସ । ୪୦ ଜଣ ଯାତ୍ରୀଙ୍କ ମଧ୍ୟରୁ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି ।