28.1 C
Bhubaneswar
Saturday, April 27, 2024
Homeଓଡିଶାପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର : ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୪ ଟଙ୍କା ୫୭ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦ ଟଙ୍କା ୫୧ ପଇସା ହୋଇଛି। ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଏସ୍‌ଏମ୍‌ଏସ୍‌  ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ।

ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ। ସୂଚନା ଅନୁଯାୟୀ,  ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking