29.1 C
Bhubaneswar
Friday, April 3, 2026
Homeଓଡିଶାମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା : ସୁଭଦ୍ରା ଯୋଜନାରେ ମିଳିବ ବାର୍ଷିକ 10 ହଜାର ଟଙ୍କା, ଆସନ୍ତା...

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା : ସୁଭଦ୍ରା ଯୋଜନାରେ ମିଳିବ ବାର୍ଷିକ 10 ହଜାର ଟଙ୍କା, ଆସନ୍ତା ବର୍ଷରୁ ଲାଗୁ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ କ୍ୟାବିନେଟ୍‌ର ମୋହର । ଏସ୍‌ଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି,୨୨ ଅଗଷ୍ଟ ୨୦୨୪ ତାରିଖରେ ଲୋକସେବା ଭବନରେ ଆୟୋଜିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତି ଅନୁଯାୟୀ ସୁଭଦ୍ରା ଯୋଜନା ଯୋଜନା ଆର୍ଥିକ ବର୍ଷ ୨୦୨୪-୨୫ ରୁ ଆରମ୍ଭ ହୋଇ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୫୫,୮୨୫ କୋଟି ଟଙ୍କାର ବଜେଟ୍ ଧାର୍ଯ୍ୟ ହୋଇଛି । ଏହି ଯୋଜନା ରାଜ୍ୟର ୧ କୋଟିରୁ ଉର୍ଦ୍ଧ ମହିଳାମାନଙ୍କର ଜୀବନରେ ପରିବର୍ତ୍ତନ ଆଣିବ । ଏଥିରେ ରାଜ୍ୟର ୨୧ ବର୍ଷ କିମ୍ବା ତଦୁର୍ଦ୍ଧ ଏବଂ ୬୦ ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନଙ୍କୁ ସାମିଲ କରାଯିବ । ପ୍ରତିବର୍ଷ ସମସ୍ତ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଦିବସ ଏବଂ ଅନ୍ତର୍ଜାତୀୟ ମହିଳା ଦିବସ (୮ ମାର୍ଚ୍ଚ) ରେ ୫,୦୦୦/- ଟଙ୍କା ଲେଖାଏଁ ବାର୍ଷିକ ମୋଟ ୧୦,୦୦୦ ଟଙ୍କା ପ୍ରଦାନ କରାଯିବ । ତେଣୁ, ପାଞ୍ଚ ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦,୦୦୦ ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ବଚ୍ଛତାକୁ ନିଶ୍ଚିତ କରିବା ପାଇଁ ଆଧାର ପେମେଣ୍ଟ ବ୍ରିଜ୍ ସିଷ୍ଟମ (APBS) ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନଙ୍କ ଆଧାର-ସକ୍ଷମ ଏକକ-ଧାରକ (DBT) ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଆର୍ଥିକ ସହାୟତା ପଠାଯିବା ସଙ୍ଗେ ସଙ୍ଗେ ହିତାଧିକାରୀମାନଙ୍କୁ ଏକ “ସୁଭଦ୍ରା” ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ । ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ଗ୍ରାମ ପଞ୍ଚାୟତ ଏବଂ Urban Local Body ରେ ସର୍ବାଧିକ ପ୍ରତ୍ଯେକ ପରିମାଣର ଡିଜିଟାଲ୍ କାରବାର କରିଥିବା ୧୦୦ ଜଣ ହିତାଧି ତାଧିକାରୀଙ୍କୁ ଚିହ୍ନଟ କରାଯାଇ ଅତିରିକ୍ତ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ରୂପେ ପ୍ରଦାନ କରାଯିବ । ଆମ ସରକାର ଅନ୍ତୋଦୟରେ ବିଶ୍ବାସ କରେ । ତେଣୁ ଆର୍ଥିକ ସ୍ଵଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରୀ କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ଏତଦ୍‌ବ୍ୟତୀତ, କୌଣସି ସରକାରୀ ଯୋଜନାରେ ମାସିକ ୧,୫୦୦ ଟଙ୍କା କିମ୍ବା ତଦୁଦ୍ଧ ଅଥବା ବାର୍ଷିକ ୧୮,୦୦୦ ଟଙ୍କା କିମ୍ବା ତଦୁଦ୍ଧ ସହାୟତା ରାଶି ପାଉଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ। ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ମହିଳାମାନେ ଅଙ୍ଗନୱାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଇତ୍ୟାଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ । ‘ସୁଭଦ୍ରା’ ପାଇଁ ଏକ CALL CENTRE ମଧ୍ୟ କାର୍ଯ୍ୟକ୍ଷମ ହେବ । ଏହାର କାର୍ଯ୍ୟକାରିତା ଏବଂ ତଦାରଖ କରିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏକ “ସୁଭଦ୍ରା” ସମିତି (ସୋସାଇଟି) ଗଠନ କରିବ “ସୁଭଦ୍ରା” ଯୋଜନା ର ଶୁଭାରମ୍ଭ ଯଥାଶୀଘ୍ର କରିବା ପାଇଁ ଆମ ସରକାର ପଦକ୍ଷେପ ନେଉଛନ୍ତି । ରାଜ୍ୟ କ୍ୟାବିନେଟର ଏହି ଦୂରଦୃଷ୍ଟି ସମ୍ପନ୍ନ ଓ ସୁଦୂରପ୍ରସାରୀ ନିଷ୍ପତ୍ତା ସରକାରଙ୍କ ଦ୍ବାରା ଜନସାଧାରଣଙ୍କୁ ଦିଆଯାଇଥିବା ପ୍ରତିଶୃତିକୁ ପୂରଣ କରିବ । “ସୁଭଦ୍ରା” ଯୋଜନା ର ସଫଳ କାର୍ଯ୍ୟାନ୍ବୟନ ଓ ରୂପାୟନ ପାଇଁ ଏବଂ ଏହି ଯୋଜନାରୁ ଯେପରି କୌଣସି ଯୋଗ୍ୟ ମହିଳା ବଞ୍ଚିତ ନ ହୁଅନ୍ତି ସେଥିପାଇଁ ମୁଁ ଏହି ପବିତ୍ର ଗୃହରେ ଆପଣମାନଙ୍କର ସକ୍ରିୟ ସହଯୋଗ କାମନା କରୁଅଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking