30.1 C
Bhubaneswar
Thursday, February 12, 2026
Homeଓଡିଶାକ୍ୟାବିନେଟ ନିଷ୍ପତ୍ତି : କୁଳପତି ଚୟନରେ ସାମିଲ ହେବେ ଶିକ୍ଷାବିତ

କ୍ୟାବିନେଟ ନିଷ୍ପତ୍ତି : କୁଳପତି ଚୟନରେ ସାମିଲ ହେବେ ଶିକ୍ଷାବିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆଜିର କ୍ୟାବିନେଟ ବୈଠକରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ, ୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଏହି ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ କରାଯାଉଛି।

ଶ୍ରୀ ଆହୁଜା କହିଛନ୍ତି, ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶୈକ୍ଷିକ ଉତ୍କର୍ଷତା, ଗୁଣାତ୍ମକ ଗବେଷଣା ନିମନ୍ତେ ଏବଂ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ପ୍ରାପ୍ତି ଦିଗରେ ହେଉଥିବା ସମସ୍ୟାର ସମାଧାନ କରିବାକୁ ଏହି ସଂଶୋଧନ କରାଯାଇଛି। ସଂଶୋଧନର ମୁଖ୍ୟ ଦିଗଗୁଡ଼ିକ ହେଉଛି ବିଶ୍ବବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଉନ୍ନତି ଆଣିବା, ଅଧିକ ସ୍ବାୟତ୍ତତା ସହିତ ବିଶ୍ବବିଦ୍ୟାଳୟଗୁଡ଼ିକୁ ସଶକ୍ତ କରିବା ତଥା ଉତ୍ତରଦାୟିତ୍ଵ ବଜାୟ ରଖିବା ଏବଂ ଅଧ୍ୟାପକ ନିଯୁକ୍ତି ଓ କୁଳପତି ଚୟନ ପ୍ରକ୍ରିୟାରେ ଏକାଡେମିକ୍ ପ୍ରଫେସନାଲମାନଙ୍କୁ ଜଡିତ କରିବା। ଏହି ଆଇନରେ ସଂଶୋଧନ କରି ରାଜ୍ୟ ସରକାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସରଳ କରିବା ସହ କୋର୍ଟ ମାମଲା ହେତୁ ଶିକ୍ଷକ ନିଯୁକ୍ତିରେ ଆସିଥିବା ସ୍ଥାଣୁତା ଦୂର କରିବାକୁ ଲକ୍ଷ୍ୟ ରଖିଛନ୍ତି। ନିଯୁକ୍ତି ପାଇଁ ଅଧିକ ସ୍ବଚ୍ଛ ଏବଂ ସମୟ ସୀମା ବଦ୍ଧ ପ୍ରଣାଳୀ ସୃଷ୍ଟି କରିବାକୁ ଏହି ପରିବର୍ତ୍ତନଗୁଡିକ ପରିକଳ୍ପନା କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking