26.1 C
Bhubaneswar
Thursday, September 19, 2024
Homeଓଡିଶାଅଫିସରଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ

ଅଫିସରଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତାକାଲିଠୁ ୩ଦିନ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଫିସରମାନଙ୍କ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି । ଛୁଟିଦିନରେ କୌଣସି ସରକାରୀ ଅଫିସର ହେଡକ୍ୱାର୍ଟର ନଛାଡ଼ିବା ପାଇଁ ରାଜ୍ୟ ସରକାର ଆଜି ସମସ୍ତ ବିଭାଗୀୟ ସଚିବ ଓ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି । ଏହି ୩ଦିନ ମଧ୍ୟ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଫିସ୍ ଖୋଲା ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୧୭ତାରିଖରେ ପ୍ରସ୍ତାବିତ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଘାସିରାମ ମୁର୍ମୁ ଆଜି ସମସ୍ତ ବିଭାଗର ସଚିବ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ସରକାରୀ ଅଫିସରମାନଙ୍କର ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ଉପରେ କଟକଣା ଜାରି କରିଛନ୍ତି । ସରକାରୀ ଛୁଟିଦିନ ଅର୍ଥାତ୍ ସେପ୍ଟେମ୍ବର ୧୪ରୁ ୧୬ତାରିଖ ପର୍ଯ୍ୟନ୍ତ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ । ଏନେଇ ଆବଶ୍ୟକ ନିର୍ଦ୍ଦେଶନାମା ସମସ୍ତ ଅଫିସରମାନଙ୍କୁ ଜାରି କରିବା ପାଇଁ ସାଧାରଣ ପ୍ରଶାସନ ବିଭାଗ ପରାମର୍ଶ ଦେଇଛି । ସାଧାରଣ ପ୍ରଶାସନ ବିଭାଗର ଏହି ଚିଠି ପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମଧ୍ୟ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି ହୋଇଛି । ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ୧୬ତାରିଖ(ସରକାରୀ ଛୁଟିଦିନରେ) ଅଫିସ୍ ଖୋଲା ରହିବ ବୋଲି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking